ଆଜିଠୁ ଖୋଲିଲା ଭିତରକନିକା । କୁମ୍ଭୀର ପ୍ରଜନନ ଋତୁ ପାଇଁ ପ୍ରତିବର୍ଷ ମଇ ୧ ରୁ ଜୁଲାଇ ୩୧ ତାରିଖ ଦୀର୍ଘ ୩ ମାସ ଧରି ଭିତରକନିକା ବନ୍ଦ ରହିଥିଲା । ଏହି ସମୟରେ ଦେଶ ବିଦେଶର ପର୍ଯ୍ୟଟକ ଭିତରକନିକାରେ ପ୍ରବେଶ ଉପରେ କଟକଣା ଥାଏ । ଆଜି ଠାରୁ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନକୁ ଖୋଲାଯାଇଛି । ଏଥିପାଇଁ ବନବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ।ପର୍ଯ୍ୟଟକମାନେ ଭିତରକନିକା ମଧ୍ୟକୁ ପ୍ରବେଶ କରିବାକୁ ହେଲେ ପରିଚୟପତ୍ରକୁ ବାଧ୍ୟତା ମୂଳକ କରାଯାଇଛି । ଗୁପ୍ତି, ଖୋଳା ଓ ଡାଙ୍ଗମାଳ ୩ଟି ଏଣ୍ଟ୍ରି ପଏଣ୍ଟ ଦେଇ ଭିତରକନିକାକୁ ପ୍ରବେଶ କରିପାରିବେ । ଯନ୍ତ୍ରଚାଳିତ ବୋଟ ସହ ବନବିଭାଗ ତରଫରୁ ରହିଥିବା ୫ଟି ଫାଇବର ବୋଟରେ ମଧ୍ୟ ପର୍ଯ୍ୟଟକମାନେ ବୁଲି ଭିତରକନିକାର ଶୋଭା ଉପଭୋଗ କରିପାରିବେ ।
Trending
- ଭିତରକନିକାରେ ତିନି ଦିନ ଧରି ପକ୍ଷୀ ଗଣନା ଚାଲିବ,ସକାଳ ୬ରୁ ଦିନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା
- ଏୟାର ମାର୍ଶାଲ୍ ଜିତେନ୍ଦ୍ର ମିଶ୍ର ହେଲେ ଆଯୋଧ୍ୟା ରାମ ମନ୍ଦିରର CEO
- ଓଡ଼ିଶାରେ କମିଲା PUCC ଜରିମାନା, ଗାଡ଼ି ଅନୁସାରେ ଲାଗିବ ଅଲଗା ଅଲଗା ଜରିମାନା
- ନୂଆ ପୋଲିସ ମୁଖ୍ୟ ଚୟନ ଉପରେ ଜାରି ରହିଲା ସସ୍ ପେନ୍ସ,ସେପ୍ଟେମ୍ବର ୭କୁ ଘୁଞ୍ଚିଲା ସୁପ୍ରିମକୋର୍ଟଙ୍କ ଶୁଣାଣି
- ୧୦ ମାସ ପରେ ବ୍ରହ୍ମପୁର ଜେଲରୁ ବାହାରିଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା,ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣାରେ ହୋଇଥିଲେ ଗିରଫ
- ସ୍ୱାୟତ୍ତ ଶାସନ ଦିବସ: ସହରର ବିକାଶ ପାଇଁ ଏକଜୁଟ ହେବାକୁ ଟିଟିଲାଗଡ଼ ପୌରପରିଷଦର ଆହ୍ୱାନ
- ଯେପର୍ଯ୍ୟନ୍ତ ଅତ୍ୟନ୍ତ ଆବଶ୍ୟକ ନହୋଇଛି, ସେପର୍ଯ୍ୟନ୍ତ ସୁନା କିଣିବାରୁ ଦୂରେଇ ରହିବା ଉଚିତ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଓଡ଼ିଶା ଲୋକଭବନକୁ ଗ୍ରୀନ୍ ବ୍ଲିଡିଂ ମାନ୍ୟତା ,ଭାରତର ପ୍ରଥମ ଲୋକଭବନ ଭାବେ ଏହି ମାନ୍ୟତା ହାସଲ କରିଛି ଓଡ଼ିଶା ଲୋକଭବନ
- ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମାେହନ ଚରଣ ମାଝୀ ଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
- ବାଣ କାରଖାନାରେ ବିସ୍ଫୋରଣ : ୮ ପିଲାଙ୍କ ସମେତ ୧୧ ମୃତ ୫ ଗୁରୁତର
Prev Post