ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ବୁଲା କୁକୁରଙ୍କ ଗଣନା କରିବ। ବିଭାଗ ପକ୍ଷରୁ ବୁଲା କୁକୁରଙ୍କ ବନ୍ଧ୍ୟାକରଣ, ଗଣନା ଏବଂ ଟୀକାକାରଣ କରାଯିବ। ବନ୍ଧ୍ୟାକରଣ ପରେ କୁକୁରଙ୍କୁ ଅଣାଯାଇଥିବା ସ୍ଥାନରେ ଛାଡି ଦିଆଯିବ। ଯେଉଁମାନେ ହିଂସ୍ର ଓ ଜ୍ୱାଳାନ୍ତକ ରୋଗରେ ପୀଡିତ ଥିବେ ସେମାନଙ୍କୁ ଆଶ୍ରୟ ସ୍ଥଳରେ ରଖାଯିବ। ଯେତିକି ତଥ୍ୟ ରହିଛି ତାହା ଅନୁଯାୟୀ, ରାଜ୍ୟରେ ୭ଲକ୍ଷ ବୁଲା କୁକୁର ଏବଂ ୬୪ହଜାର ପୋଷା କୁକୁର ଅଛନ୍ତି। ଏଣିକି ବୁଲା କୁକୁରଙ୍କୁ ରାସ୍ତା କଡରେ ଖାଇବାକୁ ନଦେବାକୁ ସଚେତନ କରିବ ମୁନିସିପାଲିଟି। କୁକୁରମାନଙ୍କୁ ନେଇ ସୁପ୍ରିମ କୋର୍ଟଙ୍କ ସଂଶୋଧିତ ରାୟ ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ମତ୍ସ୍ୟ ପ୍ରାଣୀ ଓ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ଏହି ପ୍ରତିକ୍ରିୟା ଆସିଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ବିଭାଗ କଡାକଡି ପାଳନ କରିବ ବୋଲି ସେ କହିଛନ୍ତି।
Trending
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ବିଧାୟକ ଦଳ ବୈଠକ
Next Post