ଗୁରୁତର ଅଛନ୍ତି ଅଭିଜିତ ମଜୁମଦାର

ଆଜି ସକାଳେ ଅଭିଜିତ ମଜୁମଦାର ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ଭେଣ୍ଟିଲେଟର ସପୋର୍ଟ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଭୁବନେଶ୍ବର ସ୍ଥିତ ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ଲିଭର ଜନିତ ରୋଗରେ ପୀଡିତ ହୋଇ ଗତ ସପ୍ତାହରୁ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ଅଭିଜିତ। ସ୍ବାସ୍ଥ୍ଯରେ ଉନ୍ନତି ନହେବାରୁ ବର୍ତ୍ତମାନ ଗୁରୁତର ଅବସ୍ଥାରେ ତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଛି।

ଗତ ଗଣେଶ ପୂଜା ଦିନ ହଠାତ୍ ଅସୁସ୍ଥ ହୋଇ ପଡ଼ିବାରୁ ଅଭିଜିତଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଦୀର୍ଘ ଚାରି ଦିନ ସେଠାରେ ଚିକିତ୍ସିତ ହେବା ପରେ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ କଟକର ଅନ୍ୟ ଏକ ଘରୋଇ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା । ମାତ୍ର ସେଠାରେ ସ୍ବାସ୍ଥ୍ୟରେ କୌଣସି ଉନ୍ନତି ନଆସିବାରୁ ପୁନଶ୍ଚ ତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଥିବା ବେଳେ ଚିକିତ୍ସା ଜାରି ରହିଛି ।

ଅଭିଜିତ ଗୁରୁତର ଅଛନ୍ତି । ଭେଣ୍ଟିଲେଟର ସପୋର୍ଟରେ ଅଛନ୍ତି । ବ୍ରେନ ଏବଂ ଲିଭରରେ ସମସ୍ୟା ରହିଛି । ପାନକ୍ରିଆଜରେ ସମସ୍ୟା ଦେଖା ଦେଇଛି । ବିଭିନ୍ନ ଅଙ୍ଗରେ ସମସ୍ୟା ଦେଖା ଧେଇଥିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯିବ । ଟିମ୍ ଯାଞ୍ଚ କରୁଛି ବୋଲି ସୂଚନା ମିଳିଛି ।

Leave a comment