ମୁଖ୍ୟ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି, ଆଉ ୬ ମାସ କାର୍ଯ୍ୟକାଳ ବୃଦ୍ଧି ପାଇଁ କେନ୍ଦ୍ରର ଅନୁମୋଦନ, ରାଜ୍ୟ ସରକାର ଦେଇଥିବା ପ୍ରସ୍ତାବକୁ କେନ୍ଦ୍ର ଅନୁମୋଦନ ଦେଇଛି ।
ତାଙ୍କ କାର୍ଯ୍ୟକାଳ ଦ୍ୱିତୀୟ ଥର ପାଇଁ ୬ ମାସ ବୃଦ୍ଧି ହୋଇଛି। ସେ ୨୦୨୩ ଫେବୃଆରୀ ୨୮ ପର୍ଯ୍ୟନ୍ତ ରାଜ୍ୟ ମୁଖ୍ୟ ସଚିବ ଭାବେ କାର୍ଯ୍ୟ କରିବେ । ଶ୍ରୀ ମହାପାତ୍ରଙ୍କର କାର୍ଯ୍ୟକାଳ ଅଗଷ୍ଟ ୩୧ ତାରିଖରେ ଶେଷ ହେବାର ଥିଲା। ହେଲେ ଏବେ ସେ ଆସନ୍ତାବର୍ଷ ଫେବୃଆରୀ ୨୮ ଯାଏ ମୁଖ୍ୟ ଶାସନ ସଚିବ ଭାବେ କାର୍ଯ୍ୟ କରିବେ।
ଏହାପୂର୍ବରୁ ଶ୍ରୀ ମହାପାତ୍ରଙ୍କ କାର୍ଯ୍ୟକାଳ ୨୦୨୨ ଫେବୃଆରୀ ୨୮ରେ ସରିବାର ଥିଲା। କିନ୍ତୁ ଶେଷ ମୁହୂର୍ତ୍ତରେ ରାଜ୍ୟ ସରକାର ତାଙ୍କ କାର୍ଯ୍ୟକାଳ ୬ ମାସ ଅର୍ଥାତ ଅଗଷ୍ଟ ୩୧ ପର୍ଯ୍ୟନ୍ତ ବଢ଼ାଇଥିଲେ।