ଆଡ଼ପ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି

ମେଟ୍ରୋ ଟିଭି ଓଡିଶା (୩.୭.୨୦୨୨)

ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଚକ୍ରରାଜ ସୁଦର୍ଶନଙ୍କ ସହ ତିନି ଠାକୁର ଗୋଟି ପହଣ୍ଡିରେ ଜନ୍ମବେଦୀରେ ବିରାଜମାନ କରିଛନ୍ତି । ରଥରୁ ଓହ୍ଲାଇ ପ୍ରଥମେ ସୁଦର୍ଶନ ପରେ ବଳଭଦ୍ର ଓ ସୁଭଦ୍ରା ଗୁଣ୍ଡିଚା ମନ୍ଦିରକୁ ପ୍ରବେଶ କରିବା ପରେ ଶେଷରେ କାଳିଆ ଠାକୁର ରଥରୁ ଓହ୍ଲାଇ ଜନ୍ମବେଦୀରେ ବିଜେ କରିଛନ୍ତି ।

ମହାପ୍ରଭୁ ଗୁଣ୍ଡିଚା ମନ୍ଦିରରେ ପ୍ରବେଶ କରିବା ସମୟରେ ଶରଧା ବାଲିରେ ଲକ୍ଷଲକ୍ଷ ଭକ୍ତଙ୍କ ଗହଳି ଦେଖିବାକୁ ମିଳିଥିଲା ।

ଘଣ୍ଟଘଣ୍ଟା, ହରିବୋଲ, ହୁଳହୁଳି, ନୃତ୍ୟ ଓ ଭଜନ କିର୍ତ୍ତନରେ ଶରଧାବାଲି ଦୁଲୁକୁଥିବା ଦେଖିବାକୁ ମିଳିଥିଲା । ବର୍ଷା ହେଉଥିଲେ ବି ଭଗବାନଙ୍କୁ ଟିକିଏ ଦର୍ଶନ ପାଇଁ ଭକ୍ତଙ୍କ ମନରେ ଅନେକ ଆଗ୍ରହ ଦେଖିବାକୁ ମିଳିଥିଲା । ଅନ୍ୟପଟେ ଆଜି ଆଡ଼ପ ମଣ୍ଡପରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ଶ୍ରୀଜୀଉ । ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୂଣ୍ୟ ମିଳେ ବୋଲି ବିଶ୍ୱାସ ରହିଛି ।