ଜୁଲାଇ ୧୪ ତାରିଖରେ ଖୋଲିବ ରତ୍ନଭଣ୍ଡାର

ଭୁବନେଶ୍ବର: ରତ୍ନଭଣ୍ଡାର ଜୁଲାଇ ୧୪ ତାରିଖରେ ଖୋଲିବା ପ୍ରାୟତଃ ସ୍ପଷ୍ଟ ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ଗଣମାଧ୍ୟମକୁ ପ୍ରତିକିୟା ଦେଇ ଆଇନ ମନ୍ତ୍ରୀ କହିଛନ୍ତି, ପୂର୍ବରୁ ଯାଞ୍ଚ କମିଟି ଯେଉଁ ସୁପାରିଶ କରିଥିଲା ସେଥିରେ ପରିଚାଳନା କମିଟି ମୋହର ମାରିଛି । ପରିଚାଳନା କମିଟିର ବୈଠକରେ ହୋଇଥିବା ସୁପାରିଶ ସରକାରଙ୍କ ପାଖରେ ପହଞ୍ଚିବା ପରେ ଏହାର ଯାଞ୍ଚ କରାଯିବ।

ଯେଉଁ ଏସଓପି ସୁପାରିଶ ଆସିବ ତାହାକୁ ନେଇ ବିଭିନ୍ନ ଦିଗରେ ତର୍ଜମା କରାଯିବା ପରେ ଖୋଲିବା ନେଇ ନିଷ୍ପତ୍ତି ନିଆଯିବ। ନୀତିକାନ୍ତି ସହ ଖାପଖୁଆଇ ସବୁ ଦିଗକୁ ସୁବିଧା ହେବା ଭଳି ନିଷ୍ପତ୍ତି ନିଆଯିବ। ଯାଞ୍ଚ କମିଟି ଯେଉଁ ତାରିଖ ଧାର୍ଯ୍ୟ କରିଛି ସେହି ତାରିଖରେ ରତ୍ନଭଣ୍ଡାର ଖୋଲିବା ପ୍ରାୟତଃ ସ୍ପଷ୍ଟ ବୋଲି ଆଇନମନ୍ତ୍ରୀ କହିଛନ୍ତି ।