ବିଶିଷ୍ଠ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ଅସୁସ୍ଥ

ବନେଶ୍ୱର: ଓଡ଼ିଶାର ବିଶିଷ୍ଠ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ଅସୁସ୍ଥ ଅଛନ୍ତି। ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ଏବେ ତାଙ୍କର ଚିକିତ୍ସା ଚାଲିଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଏକ ପ୍ରତିନିଧି ଦଳ ବିଶିଷ୍ଠ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି |ଚିକିତ୍ସା ସହାୟତା ପାଇଁ ପରିବାର ସଦସ୍ୟଙ୍କୁ ଏକ ଲକ୍ଷ ଟଙ୍କାର ଏକ ଚେକ ପ୍ରଦାନ କରିଛନ୍ତି ପ୍ରତିନିଧି ଦଳ । ପ୍ରତିନିଧି ଦଳରେ ଓଡିଆ ଚଳଚ୍ଚିତ୍ର ଉନ୍ନୟନ ନିଗମ ଅଧ୍ୟକ୍ଷ ସତ୍ୟବ୍ରତ ତ୍ରିପାଠୀ, ସଂସ୍କୃତି ନିର୍ଦ୍ଦେଶକ ଦିଲୀପ ରାଉତରାଏ, ବିଭାଗୀୟ ଯୁଗ୍ମ ନିର୍ଦ୍ଦେଶକ ସୁବୋଧ ଆଚାର୍ଯ୍ୟ, ଓଡିଶା ସଙ୍ଗୀତ ନାଟକ ଏକାଡେମୀ ସଚିବ ପ୍ରବୋଧ ରଥ ସାମିଲ ଥିଲେ | ଉଲ୍ଲେଖ ଥାଉ କି ସଂଗୀତ ଜଗତକୁ ଅସଂଖ୍ୟ ମନଛୁଆଁ ଓ ଭାବପୂର୍ଣ୍ଣ ସଂଗୀତରେ ସମୃଦ୍ଧିଶାଳୀ କରିଛନ୍ତି ସଂଗୀତ ଜଗତର ଦିଗ୍‌ଗଜ ପ୍ରଣବ ପଟ୍ଟନାୟକ |