ଭାରତ ଏକ ଧର୍ମଶାଳା ନୁହେଁ
ତୃଣମୂଳ କଂଗ୍ରେସ (ଟିଏମ୍ସି) ସାଂସଦ ମହୁଆ ମୈତ୍ରଙ୍କ ଭାଇରାଲ ଭିଡିଓ ଉପରେ ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀ ପ୍ରତିକ୍ରିୟା ରଖିଛନ୍ତି। ଏକ ସାମ୍ବାଦିକ ସମ୍ମିଳନୀରେ ଗଣମାଧ୍ୟମକୁ କହିଛନ୍ତି, ଭାରତ ଏକ ଧର୍ମଶାଳା ନୁହେଁ ଯେ, ଯିଏ ଯେମିତି ଆସିବେ ରହିବେ। ବେଆଇନ ଭାବେ ରହୁଥିବା ଲୋକଙ୍କ ଉପରେ ଅଇନ୍ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ମହୁଆ ଯେଉଁ ଦଳ ନାମ ନେଇ ଏ କଥା କହିଛନ୍ତି ସେ ଦଳ ପ୍ରଥମେ ତାଙ୍କର ଷ୍ଟାଣ୍ଡ ସ୍ପଷ୍ଟ କରନ୍ତୁ।ଝାରସୁଗୁଡ଼ାରେ ପଶ୍ଚିମବଙ୍ଗର ୪୨୧ ଜଣ ଶ୍ରମିକଙ୍କୁ ଅଟକ ରଖାଯିବାକୁ ନେଇ ତୃଣମୂଳ କଂଗ୍ରେସର ସାଂସଦ ମହୁଆ ମୈତ୍ର ରାଜ୍ୟ ସରକାରଙ୍କୁ ଚେତାବନୀ ଦେଇଛନ୍ତି। ଏକ ଭିଡିଓ ବାର୍ତ୍ତା ଜରିଆରେ ସେ କହିଛନ୍ତି, ଏହି ଶ୍ରମିକମାନଙ୍କ ମଧ୍ୟରୁ ୨୩ ଜଣ ତାଙ୍କ ନିର୍ବାଚନ ମଣ୍ଡଳୀ କୃଷ୍ଣନଗରର ମିର୍ଜାପୁର ଗାଁର ବାସିନ୍ଦା। ଯେଉଁମାନେ ଆଧାରକାର୍ଡ ଭଳି ବୈଧ ପ୍ରମାଣପତ୍ର ରଖିଥିଲେ ମଧ୍ୟ ଓରିଏଣ୍ଟ ଥାନା ପୁଲିସ ଷ୍ଟେସନରେ ବେଆଇନ ଭାବେ ଅଟକ ରଖାଯାଇଛି।