ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜ୍ଜର ହତ୍ୟା ମାମଲାରେ ଭାରତର ସମ୍ପୃକ୍ତି ଥିବା ଅଭିଯୋଗ କରିଥିବା କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଏବେ ନିଜ ସ୍ବର ବଦଳାଇଛନ୍ତି। କାନାଡା ଭାରତ ସହ ସମ୍ପର୍କକୁ ମଜଭୁତ କରିବା ପାଇଁ ଉତ୍ସର୍ଗୀକୃତ ବୋଲି ଟ୍ରୁଡୋ କହିଛନ୍ତି। ଜଷ୍ଟିନ ଟ୍ରୁଡୋ ଏହା ମଧ୍ୟ ସ୍ବୀକାର କରିଛନ୍ତି ଯେ, ଭାରତ ବଢୁଥିବା ଅର୍ଥନୈତିକ ଶକ୍ତି ଏବଂ ଏହାକୁ ଅଣଦେଖା କରାଯାଇପାରିବ ନାହିଁ।କାନାଡାର ମୋଣ୍ଟ୍ରିଆଲରେ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ କହିଛନ୍ତି, ସେ ବିଶ୍ୱାସ କରନ୍ତି ଯେ ଭାରତ ସହ ସମ୍ପର୍କକୁ ମଜଭୁତ କରିବା କାନାଡା ଏବଂ ଏହାର ସହଯୋଗୀ ଦେଶମାନଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ବିଶ୍ୱର ବିଭିନ୍ନ ଫୋରମରେ ମଧ୍ୟ ଭାରତକୁ ଗୁରୁତ୍ୱ ଦିଆଯାଉଛି । ଭାରତ ଏକ ବଢୁଥିବା ଅର୍ଥନୈତିକ ଶକ୍ତି ଏବଂ ଭୌଗୋଳିକ ଦୃଷ୍ଟିରୁ ଏହା ମଧ୍ୟ ଗୁରୁତ୍ୱପୂର୍ଣ୍ଣ। ଆମର ଭାରତ ପ୍ରଶାନ୍ତ ମହାସାଗର ରଣନୀତି ପାଇଁ ଭାରତ ମଧ୍ୟ ଗୁରୁତ୍ୱପୂର୍ଣ୍ଣ। ତେଣୁ ଭାରତ ସହ ସମ୍ପର୍କକୁ ମଜଭୁତ କରିବାକୁ ଆମେ ଅତ୍ୟନ୍ତ ଗମ୍ଭୀର।
ଚଳିତ ବର୍ଷ ଜୁନ ମାସରେ କାନାଡାର ଜଣେ ଖଲିସ୍ତାନୀ ନେତା ହରଦୀପ ସିଂ ନିଜ୍ଜରଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। କାନାଡାର ସରେର ଗୁରୁ ନାନକ ଶିଖ ଗୁରୁଦ୍ୱାର ନିକଟରେ ନିଜାରଙ୍କୁ ଦୁଇଜଣ ଅଜ୍ଞାତ ଆକ୍ରମଣକାରୀ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ତାଙ୍କର ମୃତ୍ୟୁ ଘଟିଥିଲା। ନିଜାରଙ୍କ ହତ୍ୟା ପଛରେ ଭାରତ ସରକାର ଷଡଯନ୍ତ୍ର କରିଥାଇ ପାରନ୍ତି ବୋଲି କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଅଭିଯୋଗ କରିଛନ୍ତି। ଟ୍ରୁଡୋ ଭାରତ ବିରୋଧରେ ଗୁରୁତର ଅଭିଯୋଗ କରିବା ପରେ ଉଭୟ ଦେଶର ମଧ୍ୟରେ ତିକ୍ତତା ବଢିଛି। ତେବେ ଟ୍ରୁଡୋଙ୍କ ଅଭିଯୋଗକୁ ଭାରତ ସରକାର ସମ୍ପୂର୍ଣ୍ଣ ଭାବେ ପ୍ରତ୍ୟାଖ୍ୟାନ କରିଛନ୍ତି।
Trending
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
Prev Post
Next Post