ରାଖି ପିନ୍ଧିଲେ ଚତୁଦ୍ଧାମୂର୍ତ୍ତି

ଆଜି ପବିତ୍ର ରାଖିପୂର୍ଣ୍ଣିମା । ଏହା ସହ  ଗହ୍ମାପୂର୍ଣ୍ଣମୀ ଓ ପ୍ରଭୁ ବଳଭଦ୍ରଙ୍କ ଜନ୍ମୋତ୍ସବ । ଏଥିପାଇଁ ପ୍ରତି ଘରେ ଭଉଣୀମାନେ ଭାଇ ହାତରେ ରାଖି ବାନ୍ଧି ସୁଖ ମନାସିଛନ୍ତି । ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଛି । ରାଖି ପିନ୍ଧିଛନ୍ତି ଚତୁଦ୍ଧାମୂର୍ତ୍ତି।  ଗହ୍ମା ଗହ୍ମାପୂର୍ଣ୍ଣମୀରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ପ୍ରଭୁ ବଳଭଦ୍ରଙ୍କ ହାତରେ ରାଖି ବାନ୍ଧିଛନ୍ତି ଭଉଣୀ ସୁଭଦ୍ରା ।

ଆଜି ଶ୍ରୀମନ୍ଦିରରେ  ଦ୍ୱିପହର ଧୂପ ପରେ ମଙ୍ଗଳାର୍ପଣ କରାଯାଇ ସ୍ୱତନ୍ତ୍ର ନିତୀ ଅନୁଷ୍ଠିତ ହେବାସହ ଚକ୍ରରାଜ ସୁଦର୍ଶନ ବିମାନରେ ମାର୍କଣ୍ଡ ପୁଷ୍କରଣୀକୁ ବିଜେ କରିବେ । ସେଠାରେ ମାଟିର ବଳଭଦ୍ର ପ୍ରତିମା ନିର୍ମାଣ କରାଯିବ । ପୂଜାପଣ୍ଡା ସେବକ ଜୀବନ୍ୟାସ ଦେବାପରେ ଜାତକର୍ମ ଅନୁଷ୍ଠିତ ହେବ । ପରେ ପଂଚୋପଚାର, ଶୀତଳ ମଣୋହୀ ଓ ବନ୍ଦାପନା କରାଯାଇ ବଳଭଦ୍ରଙ୍କ ମାଟି ପ୍ରତିମାକୁ ମାର୍କଣ୍ଡ ପୁଷ୍କରଣୀରେ ବିସର୍ଜନ କରାଯିବ । ଏହାପରେ ବିମାନବଡୁ ସେବକ ମାନେ ସୁଦର୍ଶନଙ୍କୁ ବିମାନରେ ବସାଇ ଚାରି ଆଶ୍ରମ ଭ୍ରମଣ କରାଇବା ପରେ ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିବେ ।

ସେପଟେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରକ୍ଷାବନ୍ଧନ ଉତ୍ସବରେ ସାମିଲ ହୋଇଛନ୍ତି । ଅରବିନ୍ଦ ନଗରରେ ଥିବା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରଛାତ୍ରୀ  ମୁଖ୍ୟମନ୍ତ୍ରୀଙ୍କ ହାତରେ ରାଖୀ ବାନ୍ଧିଛନ୍ତି। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, ପ୍ରଭାତୀ ପରିଡ଼ା, ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଗୋକୁଳାନନ୍ଦ ମଲ୍ଲିକ ଓ ବିଧାୟକ ତାରା ପ୍ରସାଦ ବାହିନୀପତି ପ୍ରମୁଖ ଉପସ୍ଥିତ ଅଛନ୍ତି।

Leave a comment