୫ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ଅରେଞ୍ଜ ୱାର୍ଣ୍ଣିଂ
ଲଘୁଚାପ ବର୍ତ୍ତମାନ ପଶ୍ଚିମବଙ୍ଗ ଗାଙ୍ଗେୟ ଉପତ୍ୟକା ଓ ଝାଡ଼ଖଣ୍ଡ ଉପରେ ସକ୍ରିୟ ରହିଛି। ଏହା ପ୍ରଭାବରେ ସେଠାରେ ବର୍ଷା ହେବା ସହ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ସଲଗ୍ନ ଜିଲ୍ଲାରେ ବର୍ଷା ଜାରିରହିଛି। ସୋମବାର ବର୍ଷାର ପ୍ରକୋପ କମିବାକୁ ଥିବା ବେଳେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର ଓ ସମ୍ବଲପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆକଳନ କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ମୁତାବକ ଏହି ୫ ଜିଲ୍ଲାରେ ୭୦ରୁ ୨୦୦ ମିମି ଯାଏ ବର୍ଷା ହୋଇପାରେ । ଏଣୁ ଏହିସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।