ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନୀତିଶ କୁମାର ଭେଟି ଆଲୋଚନା କରିବେ

 ଶୁକ୍ରବାର ଦିନ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଓଡ଼ିଶା ଆସିବେ ବୋଲି ଚର୍ଚ୍ଚା ହେଉଛି    ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ମେଂଟ ବିଷୟରେ ଆଲୋଚନା କରିବାର ସମ୍ଭାବନା ରହିଛି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ତୃତୀୟ ସାମ୍ମୁଖ୍ୟ ଗଠନ ପାଇଁ ବିଭିନ୍ନ ରାଜ୍ୟ ଯାଇ ଏନଡିଏ ବିରୋଧୀ ନେତାଙ୍କୁ ସାକ୍ଷାତ କରୁଛନ୍ତି ।  ଏଥିପାଇଁ ବିଭିନ୍ନ ଆଞ୍ଚଳିକ ଦଳର ନେତୃବୃନ୍ଦଙ୍କୁ ଭେଟୁଛନ୍ତି। ଏହା ଆଗରୁ ସେ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାର୍ନାଜୀଙ୍କୁ ମଧ୍ୟ ଭେଟି ସାରିଛନ୍ତି ସେତେବେଳେ ବିଜେପି ବିରୋଧୀ ମେଣ୍ଟ ଗଠନ ଦିଗରେ ଆଲୋଚନା ହୋଇଥିବା ନେଇ ଚର୍ଚ୍ଚା ହୋଇଥିଲା