ପୂର୍ବତଟ ରେଳ ଦ୍ବାରା ସଦଭାବନା ଦିବସ ପାଳିତ
ପୂର୍ବତଟ ରେଳପଥ ପକ୍ଷରୁ ଏହାର ମୁଖ୍ୟାଳୟ ଭୁବନେଶ୍ୱରର ଚନ୍ଦ୍ରଶେଖରପୁର ସ୍ଥିତ ରେଳ ସଦନ ଏବଂ ସମସ୍ତ ରେଳମଣ୍ଡଳ ମାନଙ୍କ ଠାରେ ସଦଭାବନା ଦିବସ ପାଳନ କରାଯାଇଅଛି I ରେଳପଥର କାର୍ଯ୍ୟକାରୀ ମହାପ୍ରବନ୍ଧକ ଶ୍ରୀ ଶରଦ କୁମାର ଶ୍ରୀବାସ୍ତବଙ୍କ ନେତୃତ୍ୱରେ ରେଳବାଇ କର୍ମଚାରୀ ଓ ଅଧିକାରୀ ମାନେ ଜାତି, ଧର୍ମ, କ୍ଷେତ୍ର, ଭାଷାଗତ ବିଭିନ୍ନତା ବିନା ଭାରତ ବର୍ଷର ସମସ୍ତ ଜନସାଧାରଣଙ୍କର ଭାବନାତ୍ମକ ଏକତା ଓ ସଦଭାବନା ପାଇଁ କାର୍ଯ୍ୟକରିବା ସହ ହିଂସା ବିନା ବାର୍ତ୍ତାଳାପ ଓ ସାମ୍ବିଧାନିକ ବ୍ୟବସ୍ଥା ମାଧ୍ୟମରେ ସମସ୍ତ ମତଭେଦ କୁ ଦୁରେଇ କାର୍ଯ୍ୟ ସମ୍ପାଦନ କରିବାକୁ ଶପଥ ନେଇଥିଲେ I
