ମେଡିକାଲରେ ଆହତଙ୍କୁ ଭେଟିବା ପରେ ଦୋଷୀଙ୍କୁ ଛଡାଯିବ ନାହିଁ କହିଲେ ପ୍ରଧାନମନ୍ତ୍ରୀ

ବାଲେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଅପରାହ୍ନରେ ବାହାନଗାରେ ଟ୍ରେନ୍‌ ଦୁର୍ଘଟଣାସ୍ଥଳ ବୁଲି ଦେଖିଛନ୍ତି। ବାହାନଗାରୁ ସିଧା ବାଲେଶ୍ବର ମେଡିକାଲ ଆସିଲେ ପ୍ରଧାନମନ୍ତ୍ରୀ  ।

YouTube player

ବାଲେଶ୍ବର ମେଡିକାଲରେ ଆହତମାନଙ୍କ ଚିକିତ୍ସା ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ । ଆହତମାନଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି । ଆହତମାନଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିଲେ ପ୍ରଧାନମନ୍ତ୍ରୀ । ପ୍ରଥମେ ଏଠାରେ ପହଁଚି ଦୁର୍ଘଟଣାଗ୍ରସ୍ତ ଟ୍ରାକ୍‌ ଓ ବଗି ନିକଟକୁ ଯାଇ ବୁଲି ଦେଖିଥିଲେ । ପ୍ରାୟ ଅଧ ଘଣ୍ଟା ଧରି ଘଟଣାସ୍ଥଳରେ ରହି ସ୍ଥିତି ପରଖିଥିଲେ।

ଦୁର୍ଘଟଣାସ୍ଥଳରେ ରେଳମନ୍ତ୍ରୀ, ରେଳବାଇର ବରିଷ୍ଠ ଅଧିକାରୀ, ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ସହିତ ଆଲୋଚନା କରିଛନ୍ତି। କେନ୍ଦ୍ର ସରକାରଙ୍କ ତରଫରୁ କ’ଣ ସହଯୋଗର ଆବଶ୍ୟକତା ଅଛି, ସେନେଇ ପଚାରି ବୁଝିଥିଲେ।