ଓଡ଼ିଶାର ଲୋକପ୍ରିୟ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ଥାନରେ କିଏ ଭାଜପା ମୁଖ୍ୟମନ୍ତ୍ରୀ ହେବେ ତାହାକୁ ନେଇ କଳ୍ପନା ଜଳପାନ ଆରମ୍ଭ ହୋଇଯାଇଛି। ସଂଖ୍ୟାଗରିଷ୍ଠ ଦଳ ଭାବେ ଭାଜପାର କୌଣସି ପରିଚିତ ମୁହଁ ରାଜ୍ୟବାସୀଙ୍କ ପାଖରେ ନାହିଁ। ସେଥିପାଇଁ ଭାଜପାର କେନ୍ଦ୍ରୀୟ ନେତୃତ୍ବର ଗତାନୁଗତିକ ପୂର୍ବ ଢାଞ୍ଚାକୁ ମନେହୁଏ ଯେପରି ଓଡ଼ିଶାରେ ମଧ୍ୟ ମନୋହରଲାଲ୍ ଖଟ୍ଟରଙ୍କ ଭଳି ଅଜଣା, ଅଶୁଣା କିନ୍ତୁ ଗ୍ରହଣୀୟ ବିଧାୟକ ନେତୃତ୍ବ ନେବାର ସମ୍ଭାବନା ରହିଛିIଲୋକ ସଭାର ସ୍ଥିତିକୁ ଦେଖିଲେ ୫୪୩ ଆସନରୁ ଭାଜପା ମୋଟ୍ ୨୪୦ ସିଟ୍ ହାସଲ କରିପାରିଛି। ଏକାକୀ ସରକାର ଗଢ଼ିବା ପାଇଁ ଆବଶ୍ୟକ ସଂଖ୍ୟା ହେଉଛି ୨୭୨। ଅର୍ଥାତ୍ ଭାଜପା କେନ୍ଦ୍ରରେ ମିଳିତ ସରକାର କରିବାକୁ ବାଧ୍ୟ ହେବ। ସେଥିପାଇଁ ଭାଜପାର ଯିଏ ବି ପ୍ରଧାନମନ୍ତ୍ରୀ ହେବେ, ସେହି ବ୍ୟକ୍ତି କେବେହେଲେ ଜିତିଥିବା ଲୋକ ସଭା ପ୍ରାର୍ଥୀଙ୍କୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୁଖ ହେବା ପାଇଁ ସୁଯୋଗ ଦେବେ ନାହିଁ। କାରଣ ବର୍ତ୍ତମାନ ଲୋକ ସଭାରେ ଭାଜପାର ଉପୁଜିଥିବା କଠିନ ପରିସ୍ଥିତି ଯୋଗୁ ଗୋଟିଏ ବି ଆସନ ହଲ୍ଚଲ ହେଉ ବୋଲି ଚାହିଁବେ ନାହିଁ।ସେ ଦୃଷ୍ଟିରୁ ବିଧାନସଭାକୁ ଜିତିଥିବା ପ୍ରାର୍ଥୀଙ୍କ ଭିତରୁ ଜଣେ ମୁଖ୍ୟମନ୍ତ୍ରୀ ହେବେ। କିଏ ହେବେ ତାହା ଏବେ କହିବା ଅସମ୍ଭବ। ଏହାକୁ ନେଇ ଅଙ୍କକଷା ଆରମ୍ଭ ହୋଇଯାଇଛି। ଓଡ଼ିଶା ପ୍ରଭାରୀ ବିଜୟପାଲ ସିଂ ତୋମାର ଓ ଭୂପେନ୍ଦ୍ର ଯାଦବ ରାଜ୍ୟ କାର୍ଯ୍ୟାଳୟରେ ଦଳୀୟ ନେତାଙ୍କ ସହିତ ଆଲୋ କରିଛନ୍ତି। ଦଳରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସାଂସଦ ଅପରାଜିତା ଷଡ଼ଙ୍ଗୀ, ମୁଖପାତ୍ର ସମ୍ବିତ ପାତ୍ର, ରାଷ୍ଟ୍ରୀୟ ଉପାଧ୍ଯକ୍ଷ ବୈଜୟନ୍ତ ପଣ୍ଡା, ପ୍ରତାପ ଷଡ଼ଙ୍ଗୀ ପ୍ରମୁଖଙ୍କ ନାମ ମୁଖ୍ୟମନ୍ତ୍ରୀ ପାଇଁ ଚର୍ଚ୍ଚା ହେଉଛି। ଏଥିସହିତ ବିଜେପିରୁ ସାଂସଦଭାବେ ନିର୍ବାଚିତ ହୋଇଥିବା ଭର୍ତ୍ତୃହରି ମହତାବଙ୍କ ସମେତ ଦେଶର କମ୍ପଟ୍ରୋଲର ଆଣ୍ଡ ଅଡ଼ିଟର ଜେନେରାଲ ଅଫ୍ ଇଣ୍ଡିଆ ଥୂବା ଓଡ଼ିଆ ପୁଅ ଗିରୀଶଚନ୍ଦ୍ର ମୁର୍ମୁଙ୍କ ନାମ ମଧ୍ୟ ମୁଖ୍ୟ ମୁଖ୍ୟମନ୍ତ୍ରୀ ପଦ ପାଇଁ ଆଲୋଚନା ହେଉଛି।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post
Next Post