ବାହାନଗା ଷ୍ଟେସନରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ତଦାରଖ କରୁଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
ସକାଳୁ ବାଲେଶ୍ୱର ବାହାନଗା ଷ୍ଟେସନରେ ପହଞ୍ଚିଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଦୁର୍ଘଟଣା ସ୍ଥଳରେ ପହଞ୍ଚି ପୁରା ଘଟଣାର ସ୍ଥିତି ଅନୁଧ୍ୟାନ କରୁଛନ୍ତି ମନ୍ତ୍ରୀ । ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଥିବା କହିଛନ୍ତି ବୈଷ୍ଣବ । ଆଉ କିଛି ସମୟ ପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଘଟଣାସ୍ଥଳରେ ପହଞ୍ଚିବାର ସୂଚନା ରହିଛି । ଓଡ଼ିଶା ମୁଖ୍ୟମନ୍ତ୍ରୀ ମଧ୍ୟ କିଛି ସମୟ ପରେ ପହଁଚିବେ । ବାହାନଗାରେ କରମଣ୍ଡଳ ଏକ୍ସପ୍ରେସର ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ମୃତ୍ୟୁ ସଂଖ୍ୟା 240ରେ ପହଞ୍ଚିଛି। 1000ରୁ ଅଧିକ ଆହତ ହୋଇଛନ୍ତି। ଏହି ଦୁର୍ଘଟଣା ଓଡିଶା ଇତିହାସରେ ସବୁଠୁ ବଡ ହୋଇଥିବା ବେଳେ ଦୁର୍ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦେଶ ଦେଇଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ।
#WATCH | Our focus is on rescue and relief operations. Restoration will begin after clearance from district administration. A detailed high-level inquiry will be conducted and the rail safety commissioner will also do an independent inquiry: Railways Minister Ashwini Vaishnaw… pic.twitter.com/yfCecv0FxB
— ANI (@ANI) June 3, 2023
#WATCH | Railways Minister Ashwini Vaishnaw reaches accident spot in #Balasore where three trains collided yesterday claiming the lives of 233 people and injuring around 900#OdishaTrainTragedy pic.twitter.com/sevsPnEd1r
— ANI (@ANI) June 3, 2023