ଆଜି ମଧ୍ୟ ଅଧା ରାଜ୍ୟରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ

ରାଜ୍ୟରେ ଲଘୁଚାପ ପ୍ରଭାବରେ ଜାରି ରହିଛି ବର୍ଷା । ଆଜି ମଧ୍ୟ ଅଧା ରାଜ୍ୟରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଉତ୍ତର ଓଡ଼ିଶା ଉପରେ ରହିଛି ସ୍ପଷ୍ଟ ଚିହ୍ନିତ ଲଘୁଚାପ । ୩ ଜିଲ୍ଲାକୁ ଅରେଞ୍ଜ ଏବଂ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଆଇଏମଡି ସୂଚନା ମୁତାବକ, ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଉପକୂଳ ଓଡ଼ିଶା, ଝାଡ଼ଖଣ୍ଡ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଏହା ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ଆଜି ପାଇଁ ​ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲାକୁ ​ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ​ବାଲେଶ୍ୱର, ଭଦ୍ରକ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ ଏବଂ ସୁବର୍ଣ୍ଣପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାପାଇଁ ​ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Leave a comment