ଆସନ୍ତା ୨ ଦିନ ରାଜ୍ୟରେ ପ୍ରବଳରୁ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତେବେ ଉତ୍ତର ଓଡ଼ିଶାରେ ଏହାର ଅଧିକ ପ୍ରଭାବ ରହିପାରେ । ଏହାମଧ୍ୟରେ ମୟୁରଭଞ୍ଜ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଦେଇଛି ପାଣିପାଗ କେନ୍ଦ୍ର । ଏହାବ୍ୟତୀତ କିଛି ଜିଲ୍ଲାକୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି ।ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ପାଣିପାଗ ବିଭାଗର ଆକଳନ ଅନୁସାରେ, ବର୍ଷା ଆହୁରି ଦୁଇ ଦିନ ଲାଗି ରହିବ । ବିଶେଷ କରି ଉତ୍ତର ଓଡ଼ିଶାରେ ଅଧିକ ବର୍ଷିବ । ଆଜି ପାଇଁ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ, ବାଲେଶ୍ୱର ଓ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ୧୧ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ପ୍ରବଳ ବର୍ଷା ନେଇ ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । ମାଟି ଘର ଭାଙ୍ଗିବା ସହ ତଳିଆ ଅଞ୍ଚଳରେ ପାଣି ଜମିପାରେ ।କିଛି ନଦୀରେ ଜଳପତ୍ତନ ବୃଦ୍ଧି ଘଟିବା ଆଶଙ୍କା ଥିବାରୁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସେପଟେ ମୟୂରଭଞ୍ଜରେ ଲଗାଣ ବର୍ଷା ଯୋଗୁଁ ବଡବିଲ ଗାଁରେ ଭୁଶୁଡିପଡିଛି ଘର । ଏଥିରେ ଜଣେ ୫୨ ବର୍ଷୀୟ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ପରିବାରର ଆଉ ତିନି ଜଣ ଆହତ ହୋଇଛନ୍ତି । ଏପଟେ ଲଘୁଚାପ ଜନିତ ଲଗାଣ ବର୍ଷା ପରେ ଫୁଲୁଛି ଜଳକା ନଦୀ । ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ନଦୀର ଜଳସ୍ତର ।
Trending
- ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ
 - ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କଲେ ଭାଜପା ମୁଖପାତ୍ର ଅନିଲ ବିଶ୍ବାଳ
 - ଆଜିଠାରୁ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ
 - ଇଣ୍ଡିଆ ମେଣ୍ଟର ତିନି ମାଙ୍କଡ – ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ
 - ବିଜେପି ଆଗରୁ ଭୋଟ୍ ଚୋରି କରି ସରକାର କରିଥିଲେ, ଆଉ ଏବେ ପ୍ରାର୍ଥୀ ଚୋରି – ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
 - ବିଜେଡିକୁ ଜୋରଦାର୍ ଝଟକା। ପଦ୍ମ ଧରିଲେ ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ
 - ସୁଜାତା ଆର୍ କାର୍ତ୍ତିକେୟନଙ୍କୁ ଶକ୍ତି ନାନୀ ଉପାଖ୍ୟାନ ଦେଲେ – ଶ୍ରୀମୟୀ ମିଶ୍ର
 - ବାବା ଧବଳେଶ୍ଵରଙ୍କ ପୀଠରେ ପାଳନ ହେଉଛି ବଡଓଷା ପର୍ବ
 - ଆଜି ପଞ୍ଚୁକର ଦ୍ବିତୀୟ ଦିନ , ପୁରୀ ଶ୍ରୀ ମନ୍ଦିରରେ ଅସମ୍ଭାଳ ଭିଡ଼
 - ପରଲୋକରେ ‘ରୁଚି ମସଲା’ର ପ୍ରତିଷ୍ଠାତା ଶରତ କୁମାର
 
Prev Post
Next Post