ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପର ପ୍ରଭାବ ଆଜିକୁ ମିଶାଇ ଆସନ୍ତା ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ୨୪ ଘଣ୍ଟା ପାଇଁ କଳାହାଣ୍ଡି, କନ୍ଧମାଳ,ରାୟଗଡ଼ା, ନୟାଗଡ଼, ଗଞ୍ଜାମ, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ଖୋର୍ଦ୍ଧା, ପୁରୀ, ବାଲେଶ୍ଵର, ଯାଜପୁର, କଟକ, ବଲାଙ୍ଗୀର, ନୂଆପଡ଼ା, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ।ଏଥିସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜିଠାରୁ ୩୦ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶାର ସମସ୍ତ ଜିଲ୍ଲା ସମେତ ସଂଲଗ୍ନ ଜିଲ୍ଲା ଗୁଡ଼ିକରେ କାଳବୈଶାଖୀ ପ୍ରଭାବ ଲାଗିରହିବ।
Trending
- ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା ,ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
- ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
- ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
- ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
- ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
- ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି
- ପୁଲିସ୍ ଏସ୍ଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ
- ବାୟୁ ପ୍ରତିରକ୍ଷା ଯୁଦ୍ଧାସ୍ତ୍ର ପ୍ରଣାଳୀର ପ୍ରଥମ ସଫଳ ପରୀକ୍ଷଣ
Next Post