ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ ବିଲବାଡ଼ି ଜଳାର୍ଣ୍ଣବ ହେବା ସହ ନଦୀନାଳରେ ଜଳସ୍ତର ବଢ଼ୁଛି। ଏପରି ସ୍ଥିତିରେ ଶୁକ୍ରବାର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ମାସକରେ ୪ଟି ଲଘୁଚାପ ଯୋଗୁ ଓଡ଼ିଶା ସମେତ ପଡୋଶୀ ରାଜ୍ୟରେ ମଧ୍ୟ ବର୍ଷା ହେଉଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ଜାରି ରହିଥିବାରୁ ରାଜ୍ୟର ଜଳଭଣ୍ଡାରଗୁଡିକ ଉଛୁଳିବାରେ ଲାଗିଛି। ଆସନ୍ତା ୨୮ ତାରିଖରେ ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ହେବ। ଏଥିସହ ରାଜ୍ୟରେ ଆହୁରି ୫ଦିନ ବର୍ଷା ହେବାକୁ ଥିବାରୁ ମହାନଦୀ ସମେତ ବିଭିନ୍ନ ନଦୀରେ ବନ୍ୟା ଆସିବା ଆଶଙ୍କା ସୃଷ୍ଟି ହୋଇଛି।ଆସନ୍ତା ୨ ଦିନ ମଧ୍ୟରେ ଲଘୁଚାପ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଅତିକ୍ରମ କରିବ। ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷକରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ। ଏବେ ନଦୀଗୁଡିକ ଫୁଲୁଥିବା ବେଳେ ଆଗାମୀ ଦିନରେ ବନ୍ୟା ଆଶଙ୍କାକୁ ଏଡାଇ ଦିଆଯାଇ ନ ପାରେ। ପ୍ରଥମେ ନଦୀକୂଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା ରହିଛି। ସେହିପରି ଉପକୂଳବର୍ତ୍ତୀ ଜିଲାଗୁଡିକରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ସେଠାକାର ନଦୀରେ ମଧ୍ୟ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ଆଶଙ୍କା କରିଛି।
Trending
- ଗୁରୁବାର ପାଇଁ ମାଡ଼ ଖାଇଛି ଛାଡ଼ଖାଇ
- ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ,୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
Prev Post
Next Post