ଆଗାମୀ ୩ ଦିନ ପଯ୍ୟନ୍ତ ପାଗ ଶୁଖିଲା

ରାଜ୍ୟକୁ ବଙ୍ଗୋପସାଗର ଅଞ୍ଚଳରୁ କ୍ରମାଗତ ଭାବରେ ଜଳୀୟ ବାଷ୍ପ ପୂର୍ଣ୍ଣ ଉଷ୍ମ ବାୟୁ ପ୍ରବେଶ କରୁଛି। ଏହି ଉଷ୍ମ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରଭାବରେ ଉପକୂଳ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ସ୍ୱାଭାବିକ ତୁଳନାରେ ରାତ୍ରି ତାପମାତ୍ରା ୨ ରୁ ୪ °C ଯାଏଁ ଅଧିକ ରେକର୍ଡ କରାଯାଇଛି। ବର୍ତ୍ତମାନ ରାଜ୍ୟ ଉପରେ କୌଣସି ନିର୍ଦ୍ଦିଷ୍ଟ ପାଣିପାଗ ର ପ୍ରଭାବ ନଥିବାରୁ ଆଗାମୀ ୩ ଦିନ ପଯ୍ୟନ୍ତ ପାଗ ମୁଖ୍ୟତଃ ଶୁଖିଲା ରହିବ। ଏଥିସହ ରାଜ୍ୟରେ ଗୁରୁଚାପ ବଳୟ ସକ୍ରିୟ ଥିବାରୁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୁଳ ଓଡ଼ିଶାର କିଛି ଜିଲ୍ଲାରେ ଘନ କୁହୁଡି ରହିବାର ସମ୍ଭାବନା ରହିଛି । ଘନ କୁହୁଡି ସମୟରେ ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୫୦ ମିଟର ମଧ୍ୟରେ ସୀମିତ ରହିବାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।