ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ରେମାଲ’ ଆଜି ଭୀଷଣ ବାତ୍ୟାର ରୂପ ନେଇ ମଧ୍ୟରାତ୍ରିରେ ବାଂଲାଦେଶ ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳକୁ ସାଗର ଦ୍ୱୀପ ଓ ଖେପୁପରା ମଧ୍ୟରେ ଲ୍ୟାଣ୍ଡଫଲ୍ କରିଛି। ଲ୍ୟାଣ୍ଡଫଲ୍ ବେଳେ ପବନର ବେଗ ପାଖାପାଖି ୧୨୦ କିଲୋମିଟର ରହିଥିବା ଜଣାପଡ଼ିଛି। ଆଜି ରାତି ୮ଟା ୩୦ରେ ‘ରେମାଲ’ ସାଗର ଦୀପଠାରୁ ୧୩୦ କିମି, ଖେପୁପରାଠାରୁ ୧୪୦ ଓ ମୋଙ୍ଗଲା(ବାଂଲାଦେଶ)ଠାରୁ ୧୬୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଥିଲା। ପଶ୍ଚିମବଙ୍ଗ ଉପକୂଳଠାରୁ ୭୦ କିମି ଦୂରରେ ସମୁଦ୍ର ଭିତରେ ଗତି କରିବା ସହିତ ଆହୁରି ଘନୀଭୂତ ହୋଇଥିଲା। ସେତେବେଳେ ପବନର ଘଣ୍ଟା ପ୍ରତି ବେଗ ୧୧୦ରୁ ୧୨୦ କିମି ରହିଥିଲା। ଲ୍ୟାଣ୍ଡଫଲ୍ ପରେ ବାଂଲାଦେଶ ଉପକୂଳ ଓ ସଂଲଗ୍ନ ପଶ୍ଚିମବଙ୍ଗରେ ତାଣ୍ଡବ ରଚିବା ଆରମ୍ଭ କରିଛି। ସ୍ଥଳ ଭାଗ ଅତିକ୍ରମ କରିବା ସମୟରେ ପବନର ଘଣ୍ଟା ପ୍ରତି ବେଗ ୧୧୦ରୁ ୧୨୦ କିମି ରହିଛି। ସ୍ଥଳ ବିଶେଷରେ ପବନର ବେଗ ୧୩୦ କିମି ଛୁଇଁପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ସେପଟେ ବାତ୍ୟାକୁ ନେଇ ଆଜି ଦିନତମାମ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଘନ ଘନ ବୈଠକ କରାଯିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସ୍ଥିତିର ସମୀକ୍ଷା କରିଥିଲେ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି