ଆଜିଠାରୁ ବଢ଼ିବ ବର୍ଷା

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ‌ କ୍ଷେତ୍ର ସୃଷ୍ଟି ହେବ। ପ୍ରଭାବରେ ଗୁରୁବାରଠାରୁ ରାଜ୍ୟରେ ବର୍ଷା ପରିମାଣ ବୃଦ୍ଧି ପାଇବ। ର‌ାୟଗଡ଼ା, କଳାହାଣ୍ଡି, କୋରାପୁଟ, ନୂଆପଡ଼ା, ମାଲକାନଗିରି, ଗଞ୍ଜାମ, ଗଜପତି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୧୯ ତାରିଖରେ କୋରାପୁଟ, କଳାହାଣ୍ଡି, ଗଜପତି, ରାୟଗଡ଼ା, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବା ବେଳେ ମାଲକାନଗିରି, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, ଯାଜପୁର, କେନ୍ଦୁଝର ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି।୨୦ ତାରିଖରେ କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଏବଂ ଗଜପତି, ନୂଆପଡ଼ା, ପୁରୀ, ଖୋର୍ଦ୍ଧା, କଟକ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ବଲାଙ୍ଗୀର, ଗଞ୍ଜାମ ଓ ନୟାଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ୨୧ ତାରିଖରେ ଆଭ୍ୟନ୍ତରୀଣ ସମେତ ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଅଧିକାଂଶ ସ୍ଥାନରେ ୧୦୦ ମିମିରୁ ଅଧିକ ପରିମାଣର ବର୍ଷା ହେବାକୁ ଥିବାରୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ଉପୁଜିପାରେ। ତାହାକୁ ଦୃଷ୍ଟିରେ ରଖି ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ପ୍ରଶାସନଗୁଡ଼ିକ ଯେକୌଣସି ପ୍ରାକୃତିକ ବିପର୍ଯ୍ୟାୟ ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଏସ୍‌ଆରସିଙ୍କ ପକ୍ଷରୁ କୁହାଯାଇଛି। ସହରାଞ୍ଚଳ ଓ ତଳିଆଞ୍ଚଳରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହେବା ସହ ରାସ୍ତା/ଡ୍ରେନ୍‌ ପ୍ରଭାବିତ ହେବାର ଆଶଙ୍କା ରହିଛି।