ରାଜ୍ୟରେ ବର୍ଷା ଜାରି ରହିଛି । ଏଥିରେ କିନ୍ତୁ ଆଜିଠୁ ଲାଗିବ ବ୍ରେକ୍ । କମିବ ବର୍ଷାର ପରିମାଣ । ବର୍ଷାର ପରିମାଣ କମିବା ପରେ ଜାରି ହୋଇଥିବା ୟେଲୋ ୱାର୍ଣ୍ଣିଂକୁ ହଟାଇ ଦିଆଯାଇଛି । ଅବଶ୍ୟ ଆସନ୍ତା ୨୪ ଘଣ୍ଟାରେ ୫ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, କୋରାପୁଟ, ମାଲକାନଗିରି ଓ କେନ୍ଦୁଝର । ଏହି ୫ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ରାଜ୍ୟରେ ଭାରି ବର୍ଷାର ସମ୍ଭାବନା ନଥିବା ବେଳେ ୧୩ ତାରିଖ ଯାଏ କିଛି କିଛି ସ୍ଥାନରେ ହାଲକାରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୧୩ ତାରିଖ ଯାଏ କୌଣସି ସତର୍କ ସୂଚନା ନ ଥିବା ବେଳେ ୧୪ରୁ ପୁଣି ବର୍ଷାର ବିସ୍ତୃତି ବଢିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
Trending
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
Next Post