ବଙ୍ଗୋପ ସାଗରରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ଦୁଇ ଦିନ ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଦକ୍ଷିଣ-ପଶ୍ଚିମ ଦିଗରେ ଓଡ଼ିଶା ଉପକୂଳମୁହାଁ ହେବ। ପ୍ରଭାବରେ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ଲାଗିରହିବ। ତେବେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ଅତିରୁ ଅତିପ୍ରବଳ ବର୍ଷା ହୋଇପାରେ। ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୧୯ ଓ ୨୦ ତାରିଖ ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସମ୍ଭାବ୍ୟ ବର୍ଷା ପ୍ରଭାବରେ ତଳିଆ ଅଞ୍ଚଳ ଓ ଭୂତଳ ରାସ୍ତାରେ ଜଳବନ୍ଦୀ ସମସ୍ୟା ଉପୁଜିପାରେ। ସହରାଞ୍ଚଳରେ ଟ୍ରାଫିକ୍ ସମସ୍ୟା ଓ ଦୃଶ୍ୟମାନ କ୍ଷମତା ହ୍ରାସ ପାଇବ। ବିପଦସଙ୍କୁଳ ଅବସ୍ଥାରେ ଥିବା ମାଟି ଘର କାନ୍ଥ ଭୁଶୁଡ଼ିବା, ରାସ୍ତା ଧୋଇଯିବା, ଚାଷ ଜମି ପ୍ରଭାବିତ ହେବାର ମଧ୍ୟ ଆଶଙ୍କା ରହିଛି। ତେଣୁ ଯେତେଦୂର ସମ୍ଭବ ଲୋକେ ବିପଦସଙ୍କୁଳ ଘରେ ନ ରହିବା ଏବଂ ଅମଳ ଯୋଗ୍ୟ ହୋଇଥିବା ଶସ୍ୟ ଉତ୍ପାଦନ ସହ ଜଳ ନିଷ୍କାସନ ବ୍ୟବସ୍ଥା କରିବାକୁ ପରାମର୍ଶ ଦିଆଯାଇଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Next Post