ଆସନ୍ତା କାଲିଠାରୁ ପାଗ ପରିବର୍ତ୍ତନ

ସକାଳ ସାଢେ ୫ଟାରୁ ଆସିଯାଉଛି ଖରା ।ସକାଳ 8.30 ସୁଦ୍ଧା ଭୁବନେଶ୍ବରେ ପାରଦ 34.6 ରେକର୍ଡ କରାଯାଇଛି ।  ଗତ 3 ଦିନ ହେବେ ରାଜ୍ୟରେ ବଢିଛି ତାପମାତ୍ରା । ଖରାକୁ ନେଇ ସତର୍କ ସୂଚନା ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ ।ଆଜି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତାକାଲି ସୁଦ୍ଧା ଅର୍ଥାତ ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହେବ। ଲଘୁଚାପଟି ଉତ୍ତର ପୂର୍ବ ଦିଗକୁ ଗତି କରିବା ସହିତ ୨୪ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ରୂପ ହେବ। ପରେ ଘନୀଭୂତ ହୋଇ ଉତ୍ତରପୂର୍ବ ଦିଗକୁ ଗତି କରିବାର ସମ୍ଭାବନା ରହିଛି।ଫଳରେ ରାଜ୍ୟରେ ବର୍ଷା ହେବା ନେଇ ସ୍ପଷ୍ଟ କରିଛି ପାଣିପାଗ ବିଭାଗ। ଫଳରେ ୨୪ରୁ ରାଜ୍ୟରେ ବର୍ଷା ନେଇ ପାଣିପାଗ ବିଭାଗର ଆକଳନ। ଏହାସହ ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ ।