ସକ୍ରିୟ ହେଉଛି ଆଉ ଏକ ଲଘୁଚାପ । ରାଜ୍ୟରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର- ପଶ୍ଚିମ ବଙ୍ଗୋପସାଗରେ ଅଞ୍ଚଳରେ ଲଘୁଚାପ ବର୍ଷା ସମ୍ଭାବନା । ପୂର୍ବ କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଉତ୍ତର- ପୂର୍ବ ବଙ୍ଗୋପସାଗର ଅଞ୍ଚଳର ବାୟୁମଣ୍ଡଳରେ ୩.୧ରୁ ୫.୮ କିମି ମଧ୍ୟରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ହେଉଛି । ଏହାର ପ୍ରଭାବରେ ୪୮ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ- ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଆଞ୍ଚିଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଗୁଆ ସୂଚନା ଜାରି କରାଯାଇଛି ।ସୂଚନା ଅନୁସାରେ, ଉତ୍ତର ପଶ୍ଚିମ- ବଙ୍ଗୋପସାଗରରେ ସକ୍ରିୟ ହେଉଥିବା ଲଗୁଚାପ ୪୮ଘଣ୍ଟା ମଧ୍ୟରେ ତାହାର ପ୍ରଭାବ ପକାଇବ । ଏହାର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷ ଜାରି ରହିବ ବୋଲି ପାଣି ପାଗ ବିଭାଗ ସୂଚନା ଜାରି କରିଛନ୍ତି । ଏହି ସମୟରେ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ଜନିତ ବର୍ଷା ହେବାକୁ ଥିବା ବେଳେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
Trending
- ବିଧାନସଭାରେ ବିରୋଧୀ ବିଜେଡି ବିଧାୟକଙ୍କ ହଙ୍ଗାମା, ଗୃହକୁ ଅପରାହ୍ଣ ୪ଟା ପର୍ୟ୍ୟନ୍ତ ମୁଲତବି ଘୋଷଣା କଲେ ବାଚସ୍ପତି
- ବଳଙ୍ଗା ପୀଡିତା କିରୋସିନ ଢାଳି ନିଜ ଜୀବନ ନେଇଥିଲେ – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଆତଙ୍କବାଦୀମାନଙ୍କୁ ସେମାନଙ୍କ ଧର୍ମ ଦେଖି ନୁହେଁ, ସେମାନଙ୍କ କାର୍ଯ୍ୟକୁ ଆଧାର କରି ହତ୍ୟା କରିଛି ଭାରତ –
- ଭିଜିଲାନ୍ସ ହାତରେ ୧୯୯ ଜଣ ସରକାରୀ ବାବୁ ଧରାପଡ଼ିଛନ୍ତି
- ନବରାତ୍ରର ପ୍ରଥମ ଦିନ
- ଭୁବନେଶ୍ବର କ୍ଲବର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ପ୍ରଦୀପ ଜେନା
- ବର୍ତ୍ତମାନ କରାଯାଇଥିବା GST ସଂସ୍କାର ଦ୍ୱାରା ଘର ନିର୍ମାଣ, ଗାଡ଼ି କିଣିବା, ବୁଲାବୁଲି ଖର୍ଚ୍ଚ କମିବ – ପ୍ରଧାନମନ୍ତ୍ରୀ
- ବନ୍ଦ ଥିବା ୭୦ ଟି ମଦ ଦୋକାନ ଖୋଲିବା ପାଇଁ ମିଳିଛି ଅନୁମତି
- ଆରପାରିରେ ଆଦିବାସୀ ନେତା ଜର୍ଜ ତିର୍କୀ, ଗଭୀର ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
- ମହିଳାଙ୍କୁ ଟାଣିନେଇଥିଲା କୁମ୍ଭୀର , ମିଳିଲା ମୃତଦେହ
Prev Post
Next Post