ଆଗାମୀ ଦିନରେ ଏହା ଏକ ବଡ଼ ବାତ୍ୟାର ରୂପ ନେଇପାରେ । ତେଣୁ ଓଡ଼ିଶାକୁ ପୁଣି ଏକ ବାତ୍ୟା ଭୟ ଗାରିଛି । ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ରିପୋର୍ଟ ଅନୁସାରେ, ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଏହି ଲଘୁଚାପ । ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ ।ତେବେ ଆଗାମୀ ସମୟରେ ଏହି ଲଘୁଚାପ ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବାର ଯଥେଷ୍ଟ ସମ୍ଭାବନା ରହିଛି । ଆସନ୍ତା ୨୯ ତାରିଖ ସୁଦ୍ଧା ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେଇପାରେ । ଏହାପରେ ଉତ୍ତରପଶ୍ଚିମ ଦିଗରେ ଗତି କରିବ ଏହି ଘୂର୍ଣ୍ଣିବଳୟ । ଆସନ୍ତା ୪୮ ଘଣ୍ଟାରେ ଏହା ବାତ୍ୟାର ମଧ୍ୟ ରୂପ ନେଇପାରେ ବୋଲି ଆଶଙ୍କା କରାଯାଉଛି । ତେବେ ବର୍ତ୍ତମାନ ପାଣିପାଗ ବିଭାଗର ଏହି ରିପୋର୍ଟ ଓଡ଼ିଶାବାସୀଙ୍କୁ ଭୟରେ ପକାଇ ଦେଇଛି ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Next Post