ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି । ତେବେ ଗତ ମଙ୍ଗଳବାର ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଯେଉଁ ଘୂର୍ଣ୍ଣିଝଡ଼ର ପ୍ରଭାବ ରହିଥିଲା, ତାହା ବର୍ତ୍ତମାନ ଶାନ୍ତ ପଡ଼ିଛି । ତେବେ ଆଜିଠାରୁ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଆଜି ସକାଳ ସାଢେ ୮ଟାରୁ ୧୫ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକର ଗୋଟିଏ ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବାକି ସବୁ ଜିଲାରେ ପାଗ ଶୁଖିଲା ରହିବ।୧୫ ତାରିଖ ସକାଳ ସାଢେ ୮ଟାରୁ ୧୬ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ଉତ୍ତର ଉପକୂଳ ଓ ନୟାଗଡ, ଖୋର୍ଦ୍ଧା, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଓ ଦେବଗଡ ଜିଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।
Trending
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନରେ କଥା ହେଲେ ଫ୍ରାନ୍ସ ରାଷ୍ଟ୍ରପତି ମାକ୍ରୋଁ
- ୩୮୦ ଗଣପତି ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରିବ
- ୧୮ରୁ ବିଧାନସଭାର ମୌସୁମୀ ଅଧିବେଶନ
- ୧୮ ଆଇପିଏସଙ୍କୁ ବଦଳି
- ୮ଶହ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରିବେ ରାଜ୍ୟ ସରକାର
- ଚଳନ୍ତା ଆମ ବସ୍ରେ ଲାଗିଲା ନିଆଁ
- ଲଗାତାର ୩୦ ଦିନ ଧରି ଗିରଫ ହେବା ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ମଧ୍ୟ ପଦ ହରାଇପାରନ୍ତି
- ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି ବିରୋଧୀଦଳ ନେତା ନବୀନ ପଟ୍ଟନାୟକ
- ନବୀନଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ
- ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ମାରିଥିଲେ ଚାପୁଡ଼ା
Prev Post
Next Post