ଉପକୂଳ ଓ ଉତ୍ତର ଓଡ଼ିଶାରେ ବର୍ଷିବ

ଦକ୍ଷିଶ ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବା ସହ ଉତ୍ତର-ପୂର୍ବ ଦିଗରେ ଗତି କରିବ ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଅବପାତର ରୂପରେଖ କ’ଣ ରହିବ ସେନେଇ ପାଣିପାଗ କେନ୍ଦ୍ର ପକ୍ଷରୁ କୌଣସି ପୂର୍ବାନୁମାନ କରାଯାଇ ନାହିଁ। ତେବେ ୨୩ ତାରିଖ ସକାଳଠାରୁ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀମାନେ ୨୩ ତାରିଖଠାରୁ କେନ୍ଦ୍ରୀୟ ଓ ୨୪ ତାରିଖଠାରୁ ଉତ୍ତର ବଙ୍ଗୋପସାଗର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ଯେଉଁମାନେ ସମୁଦ୍ର ଭିତରେ ଅଛନ୍ତି ସେମାନେ ୨୩ ତାରିଖ ପୂର୍ବରୁ ଫେରି ଆସିବାକୁ କୁହାଯାଇଛି।