ସାରା ଓଡ଼ିଶାରେ ପାଦ ଥାପିଛି ମୌସୁମୀ ବାୟୁ । ଅନୁକୂଳ ପାଗ ହେବା ପରେ ସକ୍ରିୟ ହୋଇଉଠିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଏହାସହିତ ଓଡ଼ିଶାର ପ୍ରତ୍ୟେକ ଜିଲ୍ଲାରେ ମୌସୁମୀ ବାୟୁ ପ୍ରବେଶ କରିଛି । ତେବେ ଏହି ମୌସୁମୀ ବାୟୁ ୨୪ଟି ଜିଲ୍ଲାକୁ ସମ୍ପୂର୍ଣ୍ଣ ଭାବରେ ଛୁଇଥିବା ବେଳେ ୬ଟି ଜିଲ୍ଲାରେ ଆଂଶିକ ଭାବରେ ପ୍ରବେଶ କରିପାରିଛି । ଗତ ୨୪ ଘଣ୍ଟା ମଧ୍ୟରେ ମୌସୁମୀର ଆଗମନ ଫଳରେ ବିଭିନ୍ନ ସ୍ଥନରେ ଲଗାଣ ବର୍ଷା ଜାରି ରହିଛି । ଫଳରେ ଅସହ୍ୟ ଗରମରୁ ମୁକ୍ତି ପାଇଛି ସାରା ଓଡ଼ିଶା ।ତେବେ ଏହି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ୨୪ଟି ଜିଲ୍ଲାକୁ ସମ୍ପୂର୍ଣ୍ଣ ଭାବରେ ପ୍ରବେଶ କରିଥିବା ପାଣିପାଗ ସୂଚନା ଦେଇଛି । ତେବେ ୬ ଟି ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ମୌସୁମୀ ସଠିକ ଭାବରେ ପହଞ୍ଚି ପାରିନାହିଁ ।ଏହି ତାଲିକାରେ ସୁନ୍ଦରଗଡ଼, ମୟୁରଭଞ୍ଜ, କେନ୍ଦୁଝର ସମେତ ବାଲେଶ୍ୱର ଏବଂ ସମ୍ବଲପୁରର ମଧ୍ୟ ମୌସୁମୀ ସମ୍ପୂର୍ଣ୍ଣ ପହଞ୍ଚି ପାରିନାହିଁ । ଆସନ୍ତା ୨୪ ତାରିଖ ସୁଦ୍ଧା ଏହି ସବୁ ଜିଲ୍ଲାରେ ମଧ୍ୟ ପ୍ରବେଶ କରିବ ମୌସୁମୀ ବାୟୁ । ତେବେ ଆସନ୍ତା ୨୬ ତାରିଖରୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଥିବା ଅନୁମାନ କରାଯାଉଛି । ଏହାପରେ ୨୭-୨୮ ତାରିଖ ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବାକୁ ଥିବା ବେଳେ ୨୭ରେ ଦକ୍ଷିଣ ଓଡ଼ିଶା ଏବଂ ୨୮ରେୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ ।
Trending
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
- ଏଣିକି ଜମି କିଣାବିକା ପଞ୍ଜୀକରଣ ଦଲିଲ ମାତ୍ର ଚାରି ପୃଷ୍ଠାରେ ସୀମିତ ରହିବା ସହ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ସମ୍ପୂର୍ଣ୍ଣ ପେପରଲେସ୍ ହେବ
- ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ସ୍କୁଲ ଆସିବା-ଯିବା କିମ୍ବା ପରିସରରେ ଛାତ୍ରଛାତ୍ରୀଙ୍କ ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ସହାୟତା ଘୋଷଣା କଲେ ରାଜ୍ୟ ସରକାର
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ