ସାରା ରାଜ୍ୟରେ ଲଗାତାର ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଥିଲା। ଓଡ଼ିଶା ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଯାହାର ପ୍ରଭାବରେ ମାଲକାନଗିରିରେ ପ୍ରବଳ ବର୍ଷା ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଏଠାରେ ସର୍ବାଧିକ ୫୫.୫ମିମି ବର୍ଷା ରେକର୍ଡ କରାଯାଇଛି। ଏହାସହିତ ଦାରିଙ୍ଗିବାଡ଼ିରେ ୪୩, ଟିଟିଲାଗଡ଼ରେ ୨୩, କେନ୍ଦୁଝରଗଡ଼ରେ ୮.୭, ଫୁଲବାଣୀରେ ୭.୮, କୋରାପୁଟରେ ୭.୬, ଚାନ୍ଦବାଲିରେ ୪.୮, ଯାଜପୁରରେ ୪, ବାଲେଶ୍ବରରେ ୨.୨ ଓ ଅନୁଗୁଳ ଓ ଭଦ୍ରକରେ ୧ମିମି ବର୍ଷା ରେକର୍ଡ କରାଯାଇଛି। ଆସନ୍ତାକାଲି ମଧ୍ୟ ଏହି ସବୁ ଜିଲ୍ଲା ଓ ସହର ସହ ଅନ୍ୟ କେତେକ ଆଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଗତ ୩୦ ତାରିଖରେ ମୌସୁମୀ କେରଳ ଉପକୂଳ ଛୁଇଁଥିଲା। ଠିକ୍ ୮ ଦିନ ପରେ ଏହା ଓଡ଼ିଶା ଛୁଇଁଛି। ସାଧାରଣତଃ ଜୁନ୍ ୧୦ ତାରିଖ ପରେ ମୌସୁମୀ ଓଡ଼ିଶାରେ ପ୍ରବେଶ କରିଥାଏ। ସ୍ୱାଭାବିକ ସମୟର ୨ ଦିନ ପୂର୍ବରୁ ମୌସୁମୀ ଓଡ଼ିଶାରେ ପହଞ୍ଚିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
Trending
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
Prev Post
Next Post