ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ପ୍ରଭାବରେ ୨୩ ତାରିଖ ବେଳକୁ ଉତ୍ତର ଅଣ୍ଡାମାନରେ ମୌସୁମୀ ଛୁଇଁପାରେ। ସ୍ୱାଭାବିକ ଭାବେ ମେ ୨୨ରେ ମୌସୁମୀ ଅଣ୍ଡାମାନ ଛୁଇଁଥାଏ। ଏଥର ମଧ୍ୟ ୨୨ରେ ଅଣ୍ଡାମାନରେ ବର୍ଷା ହେବ। ଏହାପରେ ମୌସୁମୀ ଛୁଇଁବ। ପରେ ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହେବା ଦ୍ବାରା ଥାଇଲାଣ୍ଡ, ମିଆଁମାର, ବାଂଲାଦେଶ, ଉତ୍ତର ପୂର୍ବ ଭାରତ ସହ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ବିହାରରେ ପ୍ରବଳ ବର୍ଷା ହୋଇପାରେ। ତେବେ ଓଡ଼ିଶାରେ ଏହାର କି ପ୍ରକାର ପ୍ରଭାବ ରହିବ ତାହା ୧୯ ତାରିଖ ପରେ ଜଣାପଡ଼ିବ ବୋଲି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ର ନାଥ ପଶୁପାଳକ କହିଛନ୍ତି। ସେ ଆହୁରି ଆକଳନ କରିଛନ୍ତି ଯେ ୧୭ ବେଳକୁ ଦକ୍ଷିଣ ତାମିଲନାଡ଼ୁ ଓ କେରଳ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଫଳରେ କେରଳ ଉପକୂଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post
Next Post