ତାତିରୁ ମିଳିବ ଆଶ୍ବସ୍ତି

ଉପକୂଳ ଓଡ଼ିଶାରେ ତାପମାତ୍ରା ଗୋଟିଏରୁ ଦୁଇ ଡିଗ୍ରି କମିବ। ମାତ୍ର ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଲାଗିରହିବ। ତେବେ ୬ ତାରିଖ ବେଳକୁ ତାପମାତ୍ରା ୩ରୁ ୪ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇବାର ସମ୍ଭାବନା ରହିଛି। ଏହାଦ୍ବାରା ରାଜ୍ୟରୁ ଗ୍ରୀଷ୍ମ ପ୍ରବାହ(ହିଟ୍‌ୱେଭ୍‌)ରେ ବ୍ରେକ୍‌ ଲାଗିବ। ଲଗାତାର ୧୭ ଦିନ ଧରି ଜାରି ରହିଥିବା ଗ୍ରୀଷ୍ମ ପ୍ରବାହରେ ତ୍ରାହିତ୍ରାହି ଡାକୁଥିବା ଓଡ଼ିଶାବାସୀଙ୍କୁ ଏଭଳି ଆଶ୍ବାସନା ବାଣୀ ଶୁଣାଇଛି ପାଣିପାଗ ବିଜ୍ଞାନ କେନ୍ଦ୍ର।