ଆସନ୍ତାକାଲି ଉତ୍ତର ଆଣ୍ଡାମାନ ସାଗର ପାର୍ଶ୍ବବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ପ୍ରବେଶ କରିବ । ପରବର୍ତ୍ତୀ ୪୮ ଘଣ୍ଟାରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଏକ ଲଘୁଚାପ କ୍ଷେତ୍ର । ପରେ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ । ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ୪ ଦିନ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।ଆଜି ପାଇଁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲିଠୁ ବଢ଼ିବ ବର୍ଷା ପରିମାଣ । କାଲି ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ସେଥିରୁ ୫ ଜିଲ୍ଲା ମୟୂରଭଞ୍ଜ, ବାଲେଶ୍ବର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୩୦ ଓ ଅକ୍ଟୋବର ୧ ତାରିଖରେ ବର୍ଷାର ପ୍ରଭାବ ଅଧିକ ରହିବ । ୧ ତାରିଖରେ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।
Trending
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
Next Post