ଦୁଇ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା
ଗତକାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାଶ୍ୱର୍ବର୍ତ୍ତୀ ଉତ୍ତର ଓଡ଼ିଶା ସହ ପଶ୍ଚିମବଙ୍ଗ ଉପକୂଳରେ ସକ୍ରୀୟ ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଛି । ଆହୁରୀ ଦୁଇ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।