ଆଜି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ପୂର୍ବ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଆଜି ଆଉ ଏକ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି ।କ୍ରମଶଃ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ପରବର୍ତ୍ତୀ ଦୁଇ ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ନିକଟରେ ପହଞ୍ଚିବ ।ଲଘୁଚାପ ପ୍ରଭାବରେ ରାଜ୍ୟରେ ବଢିବ ବର୍ଷାର ପରିମାଣ । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାକୁ ଦିଆଯାଇଛି ଅରେଞ୍ଜ ୱାର୍ଣ୍ଣିଂ । ଏସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ଯାଏ ବର୍ଷା ହୋଇପାରେ । ସେହିପିର ପ୍ରବଳ ବର୍ଷା ସମ୍ଭାବନା ଥିବା ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ଜିଲ୍ଲାପାଳମାନଙ୍କୁ ଏ ନେଇ ପ୍ରସ୍ତୁତ ରହିବାକୁ ଏସ୍ଆରସିଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Next Post