ରାଜ୍ୟରେ ଜାରି ରହିଛି ବର୍ଷା। ଆଜି ଓ ଆସନ୍ତାକାଲି ୨ ଦିନ ପାଇଁ କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ। ପ୍ରବଳ ବର୍ଷା ନେଇ ଆଜି ପାଇଁ ୫ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ବିଜୁଳି ଘଡ଼ଘଡ଼ି ଚିନ୍ତାର କାରଣ ପାଲଟିଛି। ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ ଏବଂ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଦୁଇ ଦିନ ଭିତରେ ରାଜ୍ୟରେ ବଜ୍ରପାତରେ ଗଲାଣି ୧୬ ଜୀବନ। ଶନିବାର ୧୦ ଜଣ ଏବଂ ଗତକାଲି ୬ ଜଣଙ୍କ ଜୀବନ ଯାଇଛି ବଜ୍ରପାତ। ବିଶେଷ କରି ଚାଷ ଜମିରେ କାମ କରୁଥିବା ବେଳେ ଅଧିକାଂଶ ବଜ୍ରାଘାତର ଶିକାର ହେଉଛନ୍ତି। ଏଥିଲାଗି ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
Trending
- ବଢିଲା ବିଜେଡି ନେତାଙ୍କ ଅଡୁଆ, ପ୍ରୀତିରଞ୍ଜନ ଘଡେଇ ଙ୍କ ନାଁରେ ଏତଲା
- ଆଣ୍ଡାମାନ ଓ ନିକୋବର ଦ୍ଵୀପପୁଞ୍ଜରେ ଭୂକମ୍ପ ଝଟକା
- ନିମିଷା ପ୍ରିୟାଙ୍କ ମୃତ୍ୟୁଦଣ୍ଡ ବାତିଲ୍
- ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି , ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
- ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର ବଦଳିବ
- ଶ୍ରାବଣ ମାସର ତୃତୀୟ ସୋମବାର
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
Prev Post
Next Post