ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଆହୁରି ଅଧିକ ଘନୀଭୂତ ହୋଇ ଆସନ୍ତାକାଲି ବାଂଲାଦେଶ ଉପକୂଳ ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ପରବର୍ତ୍ତୀ ସମୟରେ ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ୧୫ ତାରିଖ ବେଳକୁ ପଶ୍ଚିମବଙ୍ଗ ଉପକୂଳ ଓ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଅବପାତ ରୂପ ନେଇପାରେ। ପ୍ରଭାବରେ ୧୩ରୁ ୧୫ ତାରିଖ ମଧ୍ୟରେ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୧୩ ତାରିଖ ସକାଳଠାରୁ ୧୪ ତାରିଖ ପୂର୍ବାହ୍ନ ମଧ୍ୟରେ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ବଜ୍ରପାତ ସହ ପ୍ରବଳରୁ ଅତିପ୍ରବଳ ଏବଂ ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ରାୟଗଡ଼ା, ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଉପକୂଳ ଓଡ଼ିଶାରେ ବଜ୍ରପାତ ସହ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିପାରେ।
Trending
- ବିହାର ବିଧାନସଭା ନିର୍ବାଚନ , ଦିନ ୧୦ଟା ସୁଦ୍ଧା ୧୩.୧୩% ମତଦାନ
- ଗ୍ରୀନ୍ ଇଣ୍ଡିଆ ଚିଟ୍ ଫଣ୍ଡ୍ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ବ୍ରହ୍ମପୁରରେ ଚଢ଼ାଉ କରିଛି
- ଗୁରୁବାର ପାଇଁ ମାଡ଼ ଖାଇଛି ଛାଡ଼ଖାଇ
- ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ,୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
Prev Post
Next Post