ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଆହୁରି ଅଧିକ ଘନୀଭୂତ ହୋଇ ଆସନ୍ତାକାଲି ବାଂଲାଦେଶ ଉପକୂଳ ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ପରବର୍ତ୍ତୀ ସମୟରେ ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ୧୫ ତାରିଖ ବେଳକୁ ପଶ୍ଚିମବଙ୍ଗ ଉପକୂଳ ଓ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଅବପାତ ରୂପ ନେଇପାରେ। ପ୍ରଭାବରେ ୧୩ରୁ ୧୫ ତାରିଖ ମଧ୍ୟରେ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୧୩ ତାରିଖ ସକାଳଠାରୁ ୧୪ ତାରିଖ ପୂର୍ବାହ୍ନ ମଧ୍ୟରେ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ବଜ୍ରପାତ ସହ ପ୍ରବଳରୁ ଅତିପ୍ରବଳ ଏବଂ ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ରାୟଗଡ଼ା, ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଉପକୂଳ ଓଡ଼ିଶାରେ ବଜ୍ରପାତ ସହ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିପାରେ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post