ଆସନ୍ତା ୨ଦିନ ପର୍ଯ୍ୟନ୍ତ କେତେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୨ ଦିନ ପରେ କେତେକ ଅଞ୍ଚଳରେ ବର୍ଷାର ପରିମାଣ କମିପାରେ। ମାଲକାନଗିରି, କୋରାପୁଟ, ରାୟଗଡ଼ା, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଆଦି ୭ ଜିଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଉକ୍ତ ଜିଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବୁଧବାର ଉତ୍ତର ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ ଆଦି ଜିଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post