ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ୨୭ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ବବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ୨୯ ତାରିଖ ବେଳକୁ ଆହୁରି ଘନୀଭୂତ ହୋଇ ଏକ ଅବପାତରେ ପରିଣତ ହେବ। ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ ବିଶେଷ ପଡ଼ିବାର ସମ୍ଭାବନା ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପ୍ରାରମ୍ଭିକ ଆକଳନରୁ ଜଣାପଡ଼ିଛି। ଅନ୍ୟପଟେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ପାଗ ଶୁଖିଲା ରହିବ। ଶୀତ ବଢ଼ିବାର ସମ୍ଭାବନା ମଧ୍ୟ ନଥିବାର ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଆସନ୍ତାକାଲି ୨୫ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Prev Post
Next Post