ରାଜ୍ୟରେ ଲାଗିରହିଥିବା ମେଘୁଆ ପାଗ ଓ ହାଲୁକା ବର୍ଷାରେ ଆଜି ବିରତି ଲାଗିଛି। ଆସନ୍ତାକାଲିଠାରୁ ରାଜ୍ୟର ପାଗ ସମ୍ପୂର୍ଣ୍ଣ ମେଘମୁକ୍ତ ରହିବ। ରାତିର ସର୍ବନିମ୍ନ ତାପମାତ୍ରା କମିବ। ପାଖାପାଖି ୨ରୁ ୩ ଡିଗ୍ରି ଯାଏ ରାତି ତାପମାତ୍ରା କମିବା ଫଳରେ ଅଳ୍ପ ଅଳ୍ପ ଥଣ୍ଡା ପଡ଼ିବା ଆରମ୍ଭ ହୋଇଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ୨ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରା କମିବ ଓ ଏହାପରେ ଅପରିବର୍ତ୍ତିତ ରହିବ ବୋଲି ସୂଚନା ମିଳିଛି। ଦୀପାବଳିକୁ ପାଗ ଶୁଖିଲା ଓ ଖରାଟିଆ ରହିବ।ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ। ଏହି ସପ୍ତାହକରେ ଥଣ୍ଡା ବଢ଼ିବ, କମିବ ଓ ପୁଣି ଥରେ ବଢ଼ିବ। ବିଶେଷ ଥଣ୍ଡା ହେବ ନାହିଁ। ୧୭ରୁ ଦକ୍ଷିଣ ଉପକୂଳରେ ପାଗ ମେଘୁଆ ହେବାର ସମ୍ଭାବନା ରହିଛି।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Prev Post
Next Post