ଜାଡ ବଢାଇଲା ବାତ୍ୟା ମିଗଜୋମ । ଉପାନ୍ତରୁ ଉପକୂଳ ସବୁଠି କୋହଲା ପାଗ । ରାଜଧାନୀରେ ରେକର୍ଡ କଲା ଚଳିତ ବର୍ଷ ଶୀତ । ସ୍ବାଭାବିକଠାରୁ ୫ ଡିଗ୍ରୀ ଖସିଲା ପାରଦ । ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଶୀତୁଆ ପାଗ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ସମୟରେ ତାପମାତ୍ରା ସ୍ବାଭାବିକଠାରୁ ୨ରୁ ୩ଡିଗ୍ରୀ କମ୍ ରହିବ ।ସେପଟେ ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହୋଇ ଉତ୍ତର-ପୂର୍ବ ଦିଗରେ ଗତି କରୁଛି ବାତ୍ୟା ମିଗଜୋମ୍ । ଏହା ତେଲେଙ୍ଗାନା ଉପକୂଳରେ କେନ୍ଦ୍ରୀଭୁତ ଥିବା ବେଳେ ଆଜି ଲଘୁଚାପ ଭାବରେ ଛତିଶଗଡ ମୁହାଁ ହେବ । ପ୍ରଭାବରେ ଆଜି ବି ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ହେବାନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ହାଲୁକାରୁ ମଧ୍ୟମଧରଣ ବର୍ଷା ସହ ଉପକୂଳରେ ପବନ ମଧ୍ୟ ବହିବ । ଟୁଇନ୍ ସିଟି କଟକ ଭୁବନେଶ୍ବରରେ ମାଗ ମେଘୁଆ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ବର୍ଷାରେ ବିଭିନ୍ନ ସ୍ଥାନରେ ଫସଲ ନଷ୍ଟ ହୋଇଛି । ଆସନ୍ତାକାଲିଠୁ ପାଗ ବଦଳିବା ପରେ ତୁରନ୍ତ କ୍ଷୟକ୍ଷତିର ସମୀକ୍ଷା କରାଯିବ । ଫିଲ୍ଡ ଭିଜିଟ୍ କରି କ୍ଷୟକ୍ଷତିର ଆକଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍ଆରସି । ୧୨ ତାରିଖ ମଧ୍ୟରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, କୃଷି ଓ ମତ୍ସସଂପଦ ବିଭାଗ ମିଳିତ ଭାବରେ ସ୍ବତନ୍ତ୍ର ଫର୍ମାଟରେ ରିପୋର୍ଟ ପ୍ରଦାନ କରିବା ପାଇଁ କୁହାଯାଇଛି ।
Trending
- ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ
- ନବୀନ ଦିଲ୍ଲୀରେ, ବିଜେଡି କାହାକୁ ଦେବ ଭୋଟ
- ରାଜ୍ୟ ରାଜନୀତିର ଦୁଇ ପ୍ରମୁଖ ଦଳ ବିଜେଡି ଆଉ ବିଜେପିର ମୁଖିଆ ଏବେ ଦିଲ୍ଲୀ ଗସ୍ତରେ
- ନବୀନ କାହାକୁ ସମର୍ଥନ କରିବେ ?
- ପିତୃପକ୍ଷ ଆରମ୍ଭ
- ନିର୍ମିତ ରୋପୱେ ଭାଙ୍ଗି 6 ମୃତ
- ଆପଣଙ୍କର ଚାରି ଚକିଆ ଯାନ ଅଛି କି? ଆଉ ସୁଭଦ୍ରା ଟଙ୍କା ମିଳିବନି
- ସରକାରୀ ଅଫିସରେ BSNL ନେଟ୍ଓ୍ବର୍କ ବାଧ୍ୟତାମୂଳକ
- ପ୍ରଧାନମନ୍ତ୍ରୀ ଗୁରୁ ଦିବସରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି
- ଜିଏସଟି ସଂସ୍କାର ଦୁଗ୍ଧ ଚାଷୀମାନଙ୍କୁ ସଶକ୍ତ କରିବା ସହ ଗ୍ରାମୀଣ ଅର୍ଥବ୍ୟବସ୍ଥାକୁ ସୁଦୃଢ଼ କରିବ: ପ୍ରଧାନମନ୍ତ୍ରୀ
Prev Post
Next Post