ଆଜି ସକାଳୁ ପାଗ ମେଘୁଆ ରହିଛି। କାଳବୈଶାଖୀର ପ୍ରଭାବରେ ରାଜ୍ୟରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି । ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି ।୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ରାଜ୍ୟ ଉପରେ ବର୍ତ୍ତମାନ ଏକ ପଶ୍ଚିମା ଝଡ଼ ସକ୍ରିୟ ହୋଇଥିବା ବେଳେ ବାୟୁମଣ୍ଡଳର ଉପରିଭାଗରେ ଏକ ନିମ୍ନଚାପରେଖା ସୃଷ୍ଟି ହୋଇଛି। ଏହାସହ ଉପକୂଳ ଓଡ଼ିଶାରେ ଏକ ଗୁରୁଚାପବଳୟ ମଧ୍ୟ ସକ୍ରିୟ ରହିଛି । ଏଥିପାଇଁ ରାଜ୍ୟକୁ ପ୍ରଚୁର ମାତ୍ରାରେ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରୁଛି । ତେଣୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ପାଇଁ ପାଗ ଅନୁକୂଳ ହୋଇଛି।