ଆଣ୍ଡାମାନରେ ସୃଷ୍ଟି ହେବାକୁ ଥିବା ବାତ୍ୟା ପ୍ରକ୍ରିୟା ବିଳମ୍ବ ହେବ । ବର୍ତ୍ତମାନ ଲଘୁଚାପ ଅବପାତରେ ପରିଣତ ହୋଇ ନାହିଁ । ତେଣୁ ପୂର୍ବରୁ ଆକଳନ କରାଯାଇଥିବା ତାରିଖ ତୁଳନାରେ ଅବପାତ ଓ ବାତ୍ୟା ସୃଷ୍ଟି ପାଇଁ ଅଧିକ ସମୟ ଲାଗୁଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆଣ୍ଡାମାନରେ ସୃଷ୍ଟି ହୋଇଥିବା ଲଘୁଚାପ ୨୯ ତାରିଖ ସୁଦ୍ଧା ଅବପାତରେ ପରିଣତ ହୋଇ ଏହାର ୪୮ ଘଣ୍ଟା ମଧ୍ୟରେ ବାତ୍ୟାରେ ପରିଣତ ହେବା କଥା । ମାତ୍ର ଏ ପର୍ଯ୍ୟନ୍ତ ଅବାପାତ ସୃଷ୍ଟି ହୋଇାପାରି ନାହିଁ । ଏଥିପାଇଁ ଆହୁରୀ ୨୪ ଘଣ୍ଟା ଆବଶ୍ୟକ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅବବାତରେ ପରିଣତ ହେବ । ୩ତାରିଖରେ ବାତ୍ୟାର ରୂପ ନେଇ ୪ତାରିଖ ସୁଦ୍ଧା ଉତ୍ତର ତାମିଲନାଡୁ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ଲ୍ୟାଣ୍ଡଫଲ କରିବ । ବାତ୍ୟାରେ ପରିଣତ ହେବା ପରେ ଏହାର ନାଁ ରହିବ “ମିଗଜମ”। ଆଇଏମଡିର ପୂର୍ବାନୁମାନ ଅନୁସାରେ ଓଡ଼ିଶା ଉପରେ ପଡ଼ିନପାରେ ବାତ୍ୟାର ପ୍ରଭାବ।
Trending
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
Prev Post
Next Post