ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଛି। ଏହା ପୁରୀଠାରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମ ଦିଗରେ ୫୦ କିମି ଏବଂ ଗୋପାଳପୁର ଓ ପାରାଦୀପଠାରୁ ୯୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ଏହା ଘଣ୍ଟା ପ୍ରତି ୭ କି.ମି. ବେଗରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗ ଦେଇ ଗତି କରୁଛି। ଶନିବାର ଅବପାତ ପୁରୀ ଜିଲାର ଚିଲିକା ଉପକୂଳ ଦେଇ ଓଡ଼ିଶା ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି । ଏହା ପ୍ରଭାବରେ ପୁରୀ ସମେତ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଓଡ଼ିଶା ଉପକୂଳ ଓ ଏହା ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ। ଏହି ସମୟରେ ସମୁଦ୍ରକୁ ନ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।
ବର୍ଷା ଯୋଗୁ ବିଭିନ୍ନ ନଦୀ, ନାଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛ। ଏଥିସହିତ ପାହାଡ଼ିଆ ଅଞ୍ଚଳରେ ମାଟି ଅତଡ଼ା ଧସିବାର ସମ୍ଭାବନା ରହିଛି। ଯେକୌଣସି ଅପ୍ରୀତିକର ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସ୍ବତନ୍ତ୍ର ରିଲିଫ କମିଶନର (ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବିଭିନ୍ନ ଦୁର୍ବଳ ନଦୀ ଓ କେନାଲ ବନ୍ଧଗୁଡ଼ିକ ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ଜଳ ସମ୍ପଦ ବିଭାଗ ଇଞ୍ଜିନିୟରମାନଙ୍କୁ କୁହାଯାଇଛି। ଏଥିସହିତ ସହରାଞ୍ଚଳରେ ଯେଉଁ ସ୍ଥାନଗୁଡ଼ିକ ଜଳମଗ୍ନ ହେବାର ଆଶଙ୍କା ରହିଛି ସେ ସବୁ ସ୍ଥାନକୁ ଜଳମୁକ୍ତ କରିବା ପାଇଁ ଆଗୁଆ ପ୍ରସ୍ତୁତି କରିବାକୁ ମଧ୍ୟ ଏସ୍ଆର୍ସି ନିର୍ଦ୍ଦେଶ ଦେଇଛନ୍ତି।ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାପାଇଁ ପାଣିପାଗ ବିଭାଗ ପକ୍ଷରୁ ରେଡଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲାରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାପାଇଁ ଅରେଞ୍ଜଓ୍ବାର୍ନିଂ ଜାରି କରାଯାଇଛି।ଏହାଛଡ଼ା ବରଗଡ଼, ସୋନପୁର, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାରେ ୭ରୁ ୧୧ ସେଣ୍ଟି ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ। ଏହି ଜିଲାଗୁଡିକ ପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଛି।
Trending
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
- ୭୦ ବର୍ଷ ପରେ ନୂଆ ରୂପ ନେବ ଲୋକସେବା ଭବନ ଓ ବିଧାନସଭା, ଭତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
Next Post