ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଛି। ଏହା ପୁରୀଠାରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମ ଦିଗରେ ୫୦ କିମି ଏବଂ ଗୋପାଳପୁର ଓ ପାରାଦୀପଠାରୁ ୯୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ଏହା ଘଣ୍ଟା ପ୍ରତି ୭ କି.ମି. ବେଗରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗ ଦେଇ ଗତି କରୁଛି। ଶନିବାର ଅବପାତ ପୁରୀ ଜିଲାର ଚିଲିକା ଉପକୂଳ ଦେଇ ଓଡ଼ିଶା ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି । ଏହା ପ୍ରଭାବରେ ପୁରୀ ସମେତ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଓଡ଼ିଶା ଉପକୂଳ ଓ ଏହା ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ। ଏହି ସମୟରେ ସମୁଦ୍ରକୁ ନ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।
ବର୍ଷା ଯୋଗୁ ବିଭିନ୍ନ ନଦୀ, ନାଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛ। ଏଥିସହିତ ପାହାଡ଼ିଆ ଅଞ୍ଚଳରେ ମାଟି ଅତଡ଼ା ଧସିବାର ସମ୍ଭାବନା ରହିଛି। ଯେକୌଣସି ଅପ୍ରୀତିକର ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସ୍ବତନ୍ତ୍ର ରିଲିଫ କମିଶନର (ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବିଭିନ୍ନ ଦୁର୍ବଳ ନଦୀ ଓ କେନାଲ ବନ୍ଧଗୁଡ଼ିକ ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ଜଳ ସମ୍ପଦ ବିଭାଗ ଇଞ୍ଜିନିୟରମାନଙ୍କୁ କୁହାଯାଇଛି। ଏଥିସହିତ ସହରାଞ୍ଚଳରେ ଯେଉଁ ସ୍ଥାନଗୁଡ଼ିକ ଜଳମଗ୍ନ ହେବାର ଆଶଙ୍କା ରହିଛି ସେ ସବୁ ସ୍ଥାନକୁ ଜଳମୁକ୍ତ କରିବା ପାଇଁ ଆଗୁଆ ପ୍ରସ୍ତୁତି କରିବାକୁ ମଧ୍ୟ ଏସ୍ଆର୍ସି ନିର୍ଦ୍ଦେଶ ଦେଇଛନ୍ତି।ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାପାଇଁ ପାଣିପାଗ ବିଭାଗ ପକ୍ଷରୁ ରେଡଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲାରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାପାଇଁ ଅରେଞ୍ଜଓ୍ବାର୍ନିଂ ଜାରି କରାଯାଇଛି।ଏହାଛଡ଼ା ବରଗଡ଼, ସୋନପୁର, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାରେ ୭ରୁ ୧୧ ସେଣ୍ଟି ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ। ଏହି ଜିଲାଗୁଡିକ ପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଛି।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Next Post