ସାରା ରାଜ୍ୟରେ ଜାରି ରହିଛି କୋହଲା ପାଗ । ଅଧିକାଂଶ ସ୍ଥାନରେ ହାଲୁକା ପବନ ସହ ହାଲୁକା ବର୍ଷା ଦେଖିବାକୁ ମିଳିଛି । ପୁରୀ ସମେତ ଜଗତସିଂହପୁର ଏବଂ ଗଞ୍ଜାମରେ ବି ହାଲୁକା ବର୍ଷା ହୋଇଛି । ରାଜ୍ୟକୁ ପ୍ରବେଶ କରୁଥିବା ପୂର୍ବାଳି ତରଙ୍ଗାୟିତ ପବନ ପ୍ରଭାବରେ ଏଭଳି ପାଗ ଜାରି ରହିଛି । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଏଭଳି ପାଗ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲି ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ପ୍ରଭାବରେ ବାୟୁମଣ୍ଡଳରେ ଜଳୀୟବାଷ୍ପର ପରିମାଣ ଅଧିକ ରହୁଥିବାରୁ ତାପମାତ୍ରା ଉପରମୁହାଁ ହୋଇଛି । ଉପକୂଳ ଓଡ଼ିଶାରେ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ଅଧିକ ଥିବା ବେଳେ ଆଭ୍ୟନ୍ତରୀଣ ଏବଂ ପାହାଡିଆ ଅଞ୍ଚଳରେ ସ୍ବାଭାବିକ ଠାରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଉପରେ ଅଛି ପାରଦ ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post