ରାଜ୍ୟରେ ଜାରି ରହିଛି ତାତିର ରାଜ । ଉପକୂଳରୁ ଆଭ୍ୟନ୍ତର ସବୁଠି ତାତିର ପ୍ରଭାବ । ପ୍ରଚଣ୍ଡ ଗରମ ସହ ଅସହ୍ୟ ଗୁଳୁଗୁଳି । ସ୍ୱାଭାବିକଠାରୁ ୩ରୁ ୪ ଡିଗ୍ରୀ ଉପରେ ରହୁଛି ପାରଦ । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ତାତିରୁ ମିଳିବନି ନିସ୍ତାର ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୯ଟି ସହରରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଛି । ଉପକୂଳରେ ଦିନ ୯ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଟାଇଁ ଟାଇଁ ଖରା ହେବା ସହ ତାତି ଅସ୍ତବ୍ୟସ୍ତ କରୁଛି । ମେଘମୁକ୍ତ ଆକାଶ ପାଇଁ ଖରାର ପ୍ରଭାବ ଅଧିକ ରହୁଛି ବୋଲି ପାଣିପାଗ ବିଭାଗ କହିଛି । ଉତ୍ତର- ପଶ୍ଚିମ ଦିଗରୁ ପ୍ରବାହିତ ଶୁଷ୍କ ପବନ ଶୀତପାଇଁ ପ୍ରତିବନ୍ଧକ ସୃଷ୍ଟି କରୁଛି । ୩୬.୯ ଡିଗ୍ରୀ ସହ ଭଦ୍ରକ ରବିବାର ରାଜ୍ୟର ସବୁଠାରୁ ଉତ୍ତପ୍ତ ସହରର ମାନ୍ୟତା ପାଇଛି ।ତେବେ ଆସନ୍ତା ୧୮ ତାରିଖରୁ ପାଗରେ ସାମାନ୍ୟ ପରିବର୍ତ୍ତନ ଘଟିବ ବୋଲି କୁହାଯାଉଛି । ଉତ୍ତର ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ସମ୍ଭାବନା ରହିଛି ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post